ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରୀ ଭୁସି ମାରିଦେଲେ, ୨ ଯୁବକଙ୍କୁ କୋର୍ଟ ଚାଲାଣ କଲା…

ଭବାନୀପାଟଣା,୮।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୌରପାଳିକା ଅଫିସ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତ୍ରିରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଛୁରୀ ଭୂସି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଭବାନୀପାଟଣା ସହର ବିବିସି ପଡାର ସତ୍ୟ ନାରାୟଣ ରାଏ(୨୪) ବୋଲି ଜଣାପଡିଛି। ଏ ନେଇ ମୃତକଙ୍କ ଭାଇ ଶିବମ ଶୁକ୍ରବାର ସକାଳରେ ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି।
ଟାଉନ ଥାନା ପୋଲିସ ତଦନ୍ତ କରି ଏହି ଘଟଣାରେ ସଂପୃକ୍ତ ଥିବା ୨ ଯୁବକଙ୍କ ସହ ଜଣେ ନାବାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ୨ ଯୁବକ ହେଲେ ଭବାନୀପାଟଣା ସହର ଦେୱାନସାହେବ ପଡାର ଶିବାନନ୍ଦ ଗୌଡ଼ (୨୮) ଓ ରୋଶନ ଲାଲ ବାଗ (୨୪)। ସେହିପରି ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ରେ ହାଜର କରାଯାଇଛି। ଏ ନେଇଁ ଭବାନୀପାଟଣା  ଟାଉନ ଥାନାରେ ଏକ ମାମଲା ନଂ(୨୯୨/୨୫) ରୁଜୁ ହୋଇଛି। ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଛେଦ ପରେ ମୃତ ଦେହକୁ  ପରିବାର ଲୋକଙ୍କୁ ପୋଲିସ ହସ୍ତାନ୍ତର କରାଯାଇଛି।
ଅଭିଯୋଗ ଅନୁଯାୟୀ, ଭବାନୀପାଟଣା ପୌରପାଳିକା ଅଫିସ ଛକ ନିକଟରେ ଥିବା ଏକ ଚା’ ଦୋକାନକୁ ମୃତକ ଓ ତାଙ୍କ କିଛି ସାଙ୍ଗ ଚା ପିଇବାକୁ ଯାଇଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଉପରୋକ୍ତ ଅଭିଯୁକ୍ତଙ୍କ ସହ କୌଣସି କଥାକୁ ନେଇଁ  ବଚସା ହୋଇଥିଲା। ପରବର୍ତ୍ତୀ ସମୟରେ ଏହା ହତ୍ୟାକାଣ୍ଡର ରୂପ ନେଇଥିଲା। ଅଭିଯୁକ୍ତ ମାନେ ଛୁରୀ ମାଡ଼ କରିବା ପରେ ସତ୍ୟ ନାରାୟଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷିତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?