କାଳୀପୂଜା ଦେଖିବାକୁ ଯାଇଥିଲେ ଯୁବକ: ଟାଣିଆଣି ପିଟିପିଟି ମାରିଦେଲେ

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼-ସୋହେଲା ରାସ୍ତାର ଦଶମାଇଲ ଛକ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତ ଯୁବକ ଜଣକ ସ୍ଥାନୀୟ ଛୁରିଆପାଲି ନିକଟ ଗୋବିନ୍ଦପୁର ଗ୍ରାମର ଅଜିତ ବାଗ(୨୩) ବୋଲି ଜଣାପଡ଼ିଛି। ବରଗଡ଼ ସଦର ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିବା ସହିତ ଜିଲା ମୁଖ୍ୟ ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ କରାଇଛି। ଏହା ସହିତ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ଥାନାରେ ଅଟକ ରଖି ପୋଲିସ ଅଧିକ ପଚରାଉଚରା କରୁଛି।
ସୂଚନା ଅନୁଯାୟୀ, ମୃତ ଯୁବକ ଦଶମାଇଲ ଛକରେ ହେଉଥିବା କାଳୀପୂଜା ଏବଂ ଧନଲକ୍ଷ୍ମୀ ପୂଜା ଦେଖିବାକୁ ଯାଇଥିଲେ। ତେବେ ସେଠାରୁ କେତେକ ଯୁବକ ତାଙ୍କୁ ଟାଣି ଆଣି ନିକଟସ୍ଥ କେନ୍ଦପାଲି ବଜାର ପାଖରେ ନିସ୍ତୁକ ମାଡ଼ ମାରିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ବରଗଡ଼ ଏସଡ଼ିପିଓ ପଦାରବିନ୍ଦ ତ୍ରିପାଠୀଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀମାନେ ଅନୁସନ୍ଧାନୀ କୁକୁର ସହିତ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନ ଥିବାବେଳେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ବ୍ୟାପକ ତନାଘନା ଚଲାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri