ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ ସହଯୋଗୀ ଏକ୍ସପୋଜରଙ୍କୁ ଦୁର୍ବ୍ୟବହାର ଓ ମାରଣାତ୍ମକ ଆକ୍ରମଣ କରାଯାଇଛି। ଏହି ଘଟଣାଟି କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି।

ସୂଚନା ଅନୁସାରେ, ଯୁବତୀ ଦିଲ୍ଲୀରେ ଏକ ବର୍ଷିଆ ଫେଲୋଶିପ୍ କରୁଛନ୍ତି। ସେମାନେ ଫେଲୋଶିପ୍‌ର ଅଂଶ ଭାବେ ଭିଜିଟ୍ ସାରି କନ୍ଧମାଳ ଜିଲା ଦାରିଙ୍ଗିବାଡିରୁ କଲାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଭିମୁଖେ ସ୍କୁଟିରେ ଫେରୁଥିଲେ। ସେମାନେ ଅଞ୍ଚଳ ସମ୍ପର୍କରେ ଅପରିଚିତ ଥିବାରୁ ଗୁଗୁଲ୍ ମ୍ୟାପ୍ ସହାୟତାରେ ଯାଉଥିଲେ।

କିନ୍ତୁ କଲ୍ୟାଣସିଂହପୁର ବ୍ଲକ୍ ଇନ୍ତାଲିଗୁଡ଼ା ନିକଟରେ ସ୍ଥାନୀୟ ଲୋକେ ସେମାନଙ୍କୁ ପିଲା ଚୋର ସନ୍ଦେହରେ ଅଟକାଇଥିଲେ। ଯୁବକ-ଯୁବତୀମାନେ ନିଜ ପରିଚୟପତ୍ର ଦେଖାଇଥିଲେ ବି ଲୋକେ ସନ୍ତୁଷ୍ଟ ହୋଇ ନଥିଲେ। ଏହାପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା।

ଅଭିଯୋଗ ଅନୁସାରେ, କିଛି ଲୋକ ଏହି ଦୁଇ ଯୁବକ-ଯୁବତୀଙ୍କ ସହ ଦୁର୍ବ୍ୟବହାର ଓ ମାଡ଼ମାରି କରିଥିଲେ। ଏହି ଆକ୍ରମଣରେ ଦୁଇ ଜଣ ଆହତ ହୋଇଛନ୍ତି। ଘଟଣାକୁ ନେଇ କଲ୍ୟାଣସିଂହପୁର ଥାନାରେ ମାମଲା ରୁଜୁ ହୋଇଛି। ରାୟଗଡ଼ା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆହତଙ୍କ ବୟାନ ରେକର୍ଡ କରାଯାଇଛି। ଯୁବକ-ଯୁବତୀମାନେ ନିରପେକ୍ଷ ତଦନ୍ତ ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ପୋଲିସ କହିଛି ଯେ ଘଟଣାର ପ୍ରକୃତ କାରଣ ଓ ସତ୍ୟାସତ୍ୟ ତଦନ୍ତ ପରେ ସାମ୍ନାକୁ ଆସିବ। ଏହି ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?