Posted inଜାତୀୟ

୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଅନୁସାରେ ୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର। ସେ ସାବାଳିକା ହୋଇଥିବାରୁ ଏହା ତାଙ୍କର ଗଣତାନ୍ତ୍ରିକ ଅଧିକାର ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ସେ ନିଜ ଇଛାରେ ଘର ଛାଡ଼ିବା ସହିତ ଅନ୍ୟ କାହା ସହିତ ରହିବାକୁ ଅବା ବିବାହ କରିପାରିବେ। ଏଥିରେ ଯୁବତୀଙ୍କ ପରିବାର ସଦସ୍ୟ କିମ୍ବା ଅନ୍ୟ କେହି ବାଧା ସୃଷ୍ଟି କରିବା ଆଇନ ଅନୁସାରେ ଅପରାଧ। ଏନେଇ ବାଧା ସୃଷ୍ଟିକାରୀଙ୍କ ବିରୋଧରେ ମାମଲା ଦାଏର କରାଯାଇ ପାରେ ବୋଲି ବିଚାରପତି ବିପିନ ସାଙ୍ଘି ଏବଂ ରଜନୀଶ୍‌ ଭଟ୍ଟନାଗରଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ରାୟ ଦେଇଛନ୍ତି। ୨୦ ବର୍ଷ ବୟସ୍କା ଜଣେ ଯୁବତୀ ନିଜ ପସନ୍ଦର ଜଣେ ଯୁବକଙ୍କୁ ବିବାହ କରି ତାଙ୍କ ସହିତ ବାସ କରୁଥିଲେ। ଏନେ ଯୁବତୀଙ୍କ ପରିବାର ପକ୍ଷରୁ ଏକ ଅପହରଣ ମାମଲା ସେପ୍ଟେମ୍ବର ୧୨ରେ ଦାଏର କରାଯାଇଥିଲା। ଏହାର ବିଚାର କରି କୋର୍ଟ ପୋଲିସକୁ ଯୁବତୀଙ୍କ ଅଭିଭାବକଙ୍କୁ ବୁଝାଶୁଝା କରିବାକୁ କହିଛନ୍ତି। ଝିଅ ଏବଂ ଜ୍ୱାଇଁଙ୍କୁ ଭୟଭୀତ ନ କରିବା ଲାଗି ସେମାନଙ୍କୁ ବୁଝାଇବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯୁବତୀଙ୍କୁ ସମ୍ପୃକ୍ତ ଯୁବକଙ୍କ ପାଖକୁ ଫେରି ଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡା ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri