ବାହାହେବାକୁ ଅଡିବସିଛନ୍ତି ପ୍ରେମିକା: ପ୍ରେମିକ ଘର ବାରଣ୍ଡାରେ ଧାରଣା

ବାଳକାଟୀ,୨୬/୯(ମନୋଜ ମଣ୍ଡଳ):ବାଲିଅନ୍ତା ଥାନା ଅଧୀନ ସରକଣା ଗ୍ରାମର ଜଣେ ଯୁବକଙ୍କୁ ବିବାହ କରିବା ଜିଦ୍‌ରେ ତାଙ୍କ ଘର ବାରଣ୍ଡାରେ ବୁଧବାର ଜଣେ ଯୁବତୀ ଧାରଣା ଦେଇଛନ୍ତି। ଯୁବତୀ ଜଣକ ସମ୍ପୃକ୍ତ ଯୁବକଙ୍କ ପ୍ରେମିକା ବୋଲି ଦାବି କରିଥିବାବେଳେ କିଛିଦିନ ତଳେ ଉଭୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନା ଅନୁଯାୟୀ, ବଡଗଡ଼ ଥାନା ବଙ୍କୁଆଳ ଅଞ୍ଚଳରେ ସମ୍ପୃକ୍ତା ଯୁବତୀଙ୍କ ଘର ହୋଇଥିବା ବେଳେ ସେ ସରକଣା ଗ୍ରାମର ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ଅଢେଇ ବର୍ଷ ତଳେ ସୋସିଆଲ ମିଡ଼ିଆ ଜରିଆରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ନିବିଡ଼ ହୋଇଥିଲା। ଯୁବତୀ ଜଣକ ବେଳେବେଳେ ସମ୍ପୃକ୍ତ ଯୁବକଙ୍କ ଘରକୁ ଆସି ପରିବାର ସହମତିରେ ରହନ୍ତି। ଉଭୟ ପରସ୍ପରକୁ ବିବାହ ପାଇଁ ମଧ୍ୟ ସ୍ଥିର କରିଥିଲେ। ମାତ୍ର କିଛି ଦିନର ସମ୍ପର୍କ ଓ ମିଳାମିଶା ପରେ ଯୁବତୀଙ୍କୁ ବିବାହ ପାଇଁ ଯୁବକ ଜଣକ ମନା କରିଦେଇଥିଲେ। ଫଳରେ ଉଭୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ଯୁବତୀ ଜଣକ ବରଗଡ଼ ଥାନାରେ ସମ୍ପୃକ୍ତ ଯୁବକଙ୍କ ନାମରେ ପ୍ରେମ ଓ ପ୍ରତାରଣା ଅଭିଯୋଗ କରିଥିଲେ। ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏପରିକି କିଛିଦିନ ପୂର୍ବରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ଥିବା ନେଇ କେତୋଟି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଉକ୍ତ ଘଟଣା ସ୍ଥାନୀୟ ଅଞ୍ଚଳବାସୀଙ୍କ ନଜକୁ ଆସିବା ସହ ଆଲୋଚନାର ବିଷୟ ପାଲଟିଥିଲା। ମାମଲା ରୁଜୁ ସତ୍ତ୍ୱେ ପୋଲିସ ପାଖରୁ ନ୍ୟାୟ ନ ମିଳିବା ପ୍ରତିବାଦରେ ଏବଂ ପ୍ରେମିକଙ୍କୁ ବିବାହ କରିବା ଜିଦ୍‌ରେ ଯୁବତୀ ଜଣକ ବୁଧବାର ପୂର୍ବାହ୍ନରେ ସମ୍ପୃକ୍ତ ଯୁବକଙ୍କ ଘର ଆଗରେ ଧାରଣାରେ ବସିରହିଥିଲେ। ଏ ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ତାଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେ ନିଜ ଜିଦ୍‌ରେ ଅଡ଼ିବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri