Posted inଫୁରସତ

ପୋଖରୀ ଭିତରେ ଏମିତି ସାଇକେଲ ଚଳାଉଛନ୍ତି ଯୁବତୀ, ଭିଡିଓ ଦେଖିଲେ ହୃଦୟକୁ ଛୁଇଁଯିବ

ବେଲ୍‌ଜିୟମ୍‌ର ବୋକ୍ରିଜ୍‌ ଜେନକ ସାଇକେଲ ଚାଳକଙ୍କ ପାଇଁ ଏକ ଚମତ୍କାର ସ୍ଥାନ। ଏଠାରେ ଏକ ବଡ଼ ପୋଖରୀ ଅଛି, ଯାହାର ମଧ୍ୟଭାଗରେ ଏକ ବାଇକ ଟ୍ରେଲ୍‌ ରହିଛି। ଯାହା ମାଧ୍ୟମରେ ଲୋକମାନେ ଯାତ୍ରା କରନ୍ତି। ଏହି ପୋଖରୀ ଚାରିପାଖରେ ସବୁଜ ଘାସ କ୍ଷେତ ଏବଂ ବଡ଼ ଗଛ ରହିଛି। ଯାହାକି ଏହାକୁ ଅଧିକ ଆକର୍ଷଣୀୟ କରିଥାଏ। ଉପରୁ ନୀଳ ଆକାଶ ଏହି ସ୍ଥାନକୁ ସ୍ବର୍ଗ ପରି ସୁନ୍ଦର କରିଥାଏ। ବର୍ତ୍ତମାନ ଏହି ସ୍ଥାନରେ ଜଣେ ଯୁବତୀ ସାଇକେଲ ଚଳାଇବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।

 

ଏହି ଭିଡିଓକୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ @ gunnrosesgirl3 ନାମକ ଏକ ପେଜ୍‌ରେ ଶେୟାର କରାଯାଇଛି। ଯେଉଁଥିରେ ସାଇକେଲ ଚଳାଇବା ସମୟରେ ଯୁବତୀ ଜଣକ ପୋଖରୀ ମଧ୍ୟଭାଗ ଦେଇ କିପରି ଯାଉଛନ୍ତି ତାହା ଦେଖିବାକୁ ମିଳିଛି। ଏହି ସମୟ ମଧ୍ୟରେ ବାଇକ୍‌ ଟ୍ରେଲର ଚାରିପାଖେ ପୋଖରୀର ପରି ଦୃଶ୍ୟମାନ ହେଉଛି। ଏହାର ଚାରିପାଖରେ ଭର୍ତ୍ତି ହୋଇଥିବା ଜଳ ଦୃଶ୍ୟକୁ ଆହୁରି ଚମତ୍କାର କରୁଛି। ଏହି ୧୫ ସେକେଣ୍ଡ ଭିଡିଓ ଆପଣଙ୍କ ହୃଦୟକୁ ଛୁଇଁଯିବ।

ଭିଡିଓଟି ପୋଷ୍ଟ ହେବା ପରଠାରୁ ବର୍ତ୍ତମାନ ସୁଦ୍ଧା ଏହାକୁ ୫୫ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ଏହା ବ୍ୟତୀତ ବହୁ ସଂଖ୍ୟକ ଲୋକ ଏହି ଭିଡିଓ ଉପରେ ମନ୍ତବ୍ୟ ଦେଇଛନ୍ତି। ଭିଡିଓରେ ଭ୍ୟୁ, ଲାଇକ୍‌, କମେଣ୍ଟ ଏବଂ ରିପୋଷ୍ଟ ସଂଖ୍ୟା ବଢ଼ିଚାଲିଛି।

ଏହି ବାଇକ ଟ୍ରେଲ୍‌ ୨୦୧୬ରେ ଖୋଲା ଯାଇଥିଲା। ଯାହାର ଲମ୍ବ ୨୧୨ ମିଟର। ପ୍ରତିବର୍ଷ ଲକ୍ଷାଧିକ ଲୋକ ଏହି ବାଇକ ଟ୍ରେଲରେ ସାଇକେଲ ଚଲାଇବାକୁ ଉପଭୋଗ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri