ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ତେବେ ପାରିପାଶର୍‌ବିକ ସ୍ଥିତିରୁ ସମ୍ପୃକ୍ତ ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ଅନୁମାନ ହେଉଛି। ଏ ନେଇ ପୀଡ଼ିତାଙ୍କ ପରିବାର ଲୋକେ ମଧ୍ୟ ପୋଲିସରେ ଏତଲା ଦେଇଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ପାରିନାହିଁ। ଅନ୍ୟପକ୍ଷରେ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜନଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ଗୁରୁବାର ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବରଗଡ଼-ଭଟଲି ରାସ୍ତାକୁ ଲୋକେ ସ୍ଥାନୀୟ ବରଡୋଲ ଛକରେ ଅବରୋଧ କରିଥିଲେ। ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ସହିତ ପୀଡ଼ିତା ଏବଂ ତାଙ୍କ ପରିବାର ଲୋକଙ୍କୁ ସହାୟତା ପ୍ରଦାନ ପାଇଁ ସେମାନେ ଦାବି କରିଥିଲେ।
ବରଗଡ଼ ଉପଜିଲାପାଳ, ଅତିରିକ୍ତ ଏସ୍‌ପି ଏବଂ ଏସ୍‌ଡିପିଓ ଆନ୍ଦୋଳନସ୍ଥଳରେ ପହଞ୍ଚିଥିଲେ ଏବଂ ଦାବି ପୂରଣ ନେଇ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri