ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ତେବେ ପାରିପାଶର୍‌ବିକ ସ୍ଥିତିରୁ ସମ୍ପୃକ୍ତ ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ଅନୁମାନ ହେଉଛି। ଏ ନେଇ ପୀଡ଼ିତାଙ୍କ ପରିବାର ଲୋକେ ମଧ୍ୟ ପୋଲିସରେ ଏତଲା ଦେଇଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ପାରିନାହିଁ। ଅନ୍ୟପକ୍ଷରେ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜନଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ଗୁରୁବାର ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବରଗଡ଼-ଭଟଲି ରାସ୍ତାକୁ ଲୋକେ ସ୍ଥାନୀୟ ବରଡୋଲ ଛକରେ ଅବରୋଧ କରିଥିଲେ। ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ସହିତ ପୀଡ଼ିତା ଏବଂ ତାଙ୍କ ପରିବାର ଲୋକଙ୍କୁ ସହାୟତା ପ୍ରଦାନ ପାଇଁ ସେମାନେ ଦାବି କରିଥିଲେ।
ବରଗଡ଼ ଉପଜିଲାପାଳ, ଅତିରିକ୍ତ ଏସ୍‌ପି ଏବଂ ଏସ୍‌ଡିପିଓ ଆନ୍ଦୋଳନସ୍ଥଳରେ ପହଞ୍ଚିଥିଲେ ଏବଂ ଦାବି ପୂରଣ ନେଇ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?