ରାଜଧାନୀରେ ଯୁବତୀଙ୍କ ହାଇଡ୍ରାମା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ଜଣେ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଯୁବତୀ ଜଣକ ହଠାତ୍‌ ଖଣ୍ଡଗିରି ଥାନାରେ ପହଞ୍ଚତ୍ ଆତ୍ମହତ୍ୟା ଧମକ ଦେଇଥିଲେ। ୧୦ଟି ନିଦ ବଟିକା ଖାଇଦେଇଥିବା ନେଇ ପୋଲିସଙ୍କୁ କହିଥିଲେ। ଯୁବତୀଙ୍କ ଏଭଳି ଅବସ୍ଥା ଦେଖି ପୋଲିସ ତାଜୁବ ହୋଇଯାଇଥିଲେ। ସଙ୍ଗେ ସଙ୍ଗେ ପୋଲିସ ତାଙ୍କୁ ଡାକ୍ତରଖାନା ନେଇ ଚିକିତ୍ସା କରାଇଥିଲା। ସୂଚନାନୁସାରେ ଯୁବତୀ ଜଣକ ଖଣ୍ଡଗିରି ଥାନା ଅନ୍ତର୍ଗତ ଆଇଗିଣିଆ ଛକରୁ ଗୋଟିଏ୍‌ ଓଲା ବାଇକ୍‌ ବୁକ୍‌ କରିଥିଲେ। ଓଲା ଡ୍ରାଇଭର ସେଠାକୁ ଆସିବା ପରେ ମାଷ୍ଟରକ୍ୟାଣ୍ଟିନ ଯାଇ ସେଠାରେ ଆତ୍ମହତ୍ୟା କରିବେ ବୋଲି କହିଥିଲେ ଯୁବତୀ। ଡ୍ରାଇଭର ଜଣକ ଭୟଭୀତ ହୋଇପଡ଼ି ଥିବାବେଳେ ଯୁବତୀ ଗାଡ଼ିରେ ବସିବାକୁ ଚେଷ୍ଟା କରି ୧୦ଟି ସ୍ଲିପିଂ ବଟିକା ଖାଇଥିବା କହି ଗାଡ଼ିରୁ ପଡ଼ିଯାଇଥିଲେ। ଯୁବତୀଙ୍କ ଏଭଳି ଅବସ୍ଥା ଦେଖି ଡ୍ରାଇଭର ଜଣକ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଖଣ୍ଡଗିରି ଥାନାରେ ପହଞ୍ଚି ଥିଲେ। ଥାନାରେ ମଧ୍ୟ ଯୁବତୀ ପୋଲିସକୁ ନାକେଦମ କରିଦେଇଥିଲେ। ପରେ ଗୁରୁତର ଯୁବତୀଙ୍କୁ ପୋଲିସ ତୁରନ୍ତ ମେଡିକାଲ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri