ରାଜଧାନୀରେ ଯୁବତୀଙ୍କ ହାଇଡ୍ରାମା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ଜଣେ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଯୁବତୀ ଜଣକ ହଠାତ୍‌ ଖଣ୍ଡଗିରି ଥାନାରେ ପହଞ୍ଚତ୍ ଆତ୍ମହତ୍ୟା ଧମକ ଦେଇଥିଲେ। ୧୦ଟି ନିଦ ବଟିକା ଖାଇଦେଇଥିବା ନେଇ ପୋଲିସଙ୍କୁ କହିଥିଲେ। ଯୁବତୀଙ୍କ ଏଭଳି ଅବସ୍ଥା ଦେଖି ପୋଲିସ ତାଜୁବ ହୋଇଯାଇଥିଲେ। ସଙ୍ଗେ ସଙ୍ଗେ ପୋଲିସ ତାଙ୍କୁ ଡାକ୍ତରଖାନା ନେଇ ଚିକିତ୍ସା କରାଇଥିଲା। ସୂଚନାନୁସାରେ ଯୁବତୀ ଜଣକ ଖଣ୍ଡଗିରି ଥାନା ଅନ୍ତର୍ଗତ ଆଇଗିଣିଆ ଛକରୁ ଗୋଟିଏ୍‌ ଓଲା ବାଇକ୍‌ ବୁକ୍‌ କରିଥିଲେ। ଓଲା ଡ୍ରାଇଭର ସେଠାକୁ ଆସିବା ପରେ ମାଷ୍ଟରକ୍ୟାଣ୍ଟିନ ଯାଇ ସେଠାରେ ଆତ୍ମହତ୍ୟା କରିବେ ବୋଲି କହିଥିଲେ ଯୁବତୀ। ଡ୍ରାଇଭର ଜଣକ ଭୟଭୀତ ହୋଇପଡ଼ି ଥିବାବେଳେ ଯୁବତୀ ଗାଡ଼ିରେ ବସିବାକୁ ଚେଷ୍ଟା କରି ୧୦ଟି ସ୍ଲିପିଂ ବଟିକା ଖାଇଥିବା କହି ଗାଡ଼ିରୁ ପଡ଼ିଯାଇଥିଲେ। ଯୁବତୀଙ୍କ ଏଭଳି ଅବସ୍ଥା ଦେଖି ଡ୍ରାଇଭର ଜଣକ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଖଣ୍ଡଗିରି ଥାନାରେ ପହଞ୍ଚି ଥିଲେ। ଥାନାରେ ମଧ୍ୟ ଯୁବତୀ ପୋଲିସକୁ ନାକେଦମ କରିଦେଇଥିଲେ। ପରେ ଗୁରୁତର ଯୁବତୀଙ୍କୁ ପୋଲିସ ତୁରନ୍ତ ମେଡିକାଲ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri