ଅନାଥ ଆଶ୍ରମରେ ପଶି ନାବାଳିକାଙ୍କୁ ହତ୍ୟା କଲେ ଯୁବକ, ୯ ଆହତ

ଓ୍ବାରସୋ,୧୦ା୫: ପୋଲାଣ୍ଡରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଏକ ଅନାଥ ଆଶ୍ରମରେ ଧସେଇ ପଶି ୧୬ ବର୍ଷର ନାବାଳିକାଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଛନ୍ତି। ଯୁବକ ଜଣକ ପୋଲାଣ୍ଡର ଲୋଜ ସହରର ଏକ ଅନାଥ ଆଶ୍ରମ ଭିତରକୁ ମଙ୍ଗଳବାର ରାତିରେ ଜୋର ଜବରଦସ୍ତ ପଶି ନାବାଳିକାଙ୍କୁ ହତ୍ୟା କରିଥିଲେ। ଏଥିସହ ସେ ଛୁରିରେ ଅନ୍ୟ ୯ ଜଣଙ୍କୁ ଆକ୍ରମଣ କରି ଆହତ କରିଥିଲେ।

ପୋଲିସ ମୁଖପାତ୍ର ଅନୀତା ସୋବିଏରାଜ କହିଛନ୍ତି, ମଙ୍ଗଳବାର ବିଳମ୍ବିତ ରାତିରେ ପୋଲିସ ସୂଚନା ପାଇଥିଲା ଯେ, ୧୯ବର୍ଷୀୟ ଯୁବକ ସହର ନିକଟ ଟୋମିସ୍ଲାଭାଇସ ଗାଁର ଅନାଥ ଆଶ୍ରମରେ ପ୍ରବେଶ କରିଥିଲେ। ଏହା ପରେ ସେ ତୀକ୍ଷ୍ଣ ଛୁରୀରେ ନାବାଳିକାଙ୍କୁ ଆକ୍ରମଣ କରି ହତ୍ୟା କରିଥିଲେ।

ସୋବିଏରାଜ କହିଛନ୍ତି, ଘଟଣାର ପ୍ରାୟ ଏକ ଘଣ୍ଟା ପରେ ଆକ୍ରମଣକାରୀଙ୍କୁ ତାଙ୍କ ବାସଭବନରେ ଗିରଫ କରାଯାଇଛି। ସେ କହିଛନ୍ତି, ଗିରଫ ସମୟରେ ଯୁବକ ଜଣକ ବିରୋଧ ବି କରିନାହାନ୍ତି। ତେବେ ପୋଲିସ ତାଙ୍କୁ ଡ୍ରଗ୍ସ ନେଇଥିବା ସନ୍ଦେହ କରୁଛି। ତେଣୁ ପୋଲିସ ଡ୍ରଗ୍ସ ପରୀକ୍ଷା କରିଥିଲା। ଆକ୍ରମଣକାରୀ ନାବାଳିକାଙ୍କ ପ୍ରେମିକ ବୋଲି ପୋଲିସ କହିଛନ୍ତି। ସେ ଧକ୍କା ମାରି ଅନାଥ ଆଶ୍ରମ କୋଠିରେ ପ୍ରବେଶ କରିଥିଲେ। ଏହି ଆକ୍ରମଣ ସମୟରେ ଆଶ୍ରମରେ ଜଣେ କର୍ମଚାରୀଙ୍କ ସମେତ ୧୩ ଜଣ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri