କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା ଛିଡ଼ା କରିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲୀ ପଞ୍ଚାୟତ ସଦରରେ ଅନୁଷ୍ଠିତ ମାଗଣା ଆଧାର କ୍ୟାମ୍ପରେ ବ୍ୟାପକ ତ୍ରୁଟି ଦେଖିବାକୁ ମିଳିଛି। ପାହାଡ଼ିଆ ଅଞ୍ଚଳର ଶିଶୁମାନଙ୍କୁ ଆଭା (ABHA) ଆଇଡି, ଅଙ୍ଗନଓ୍ବାଡ଼ି ପୋଷଣ ଯୋଜନା ଓ ବିଦ୍ୟାଳୟରେ ନାମଲେଖାର ସୁବିଧା ପାଇଁ ଏହି କ୍ୟାମ୍ପ ଆୟୋଜନ ହୋଇଥିଲା। ତେବେ ନୂତନ ଭାବେ ତିଆରି ହୋଇଥିବା ଅଧିକାଂଶ ଆଧାର କାର୍ଡରେ ପୂର୍ଣ୍ଣ ଜନ୍ମ ତାରିଖ (DOB) ବଦଳରେ କେବଳ ବର୍ଷ କିମ୍ବା ମାସ ଉଲ୍ଲେଖ ରହିଛି। ଫଳରେ ସମ୍ପୂର୍ଣ୍ଣ ତାରିଖ ନ ଥିବାରୁ ଏହି କାର୍ଡ କୌଣସି ସରକାରୀ ଯୋଜନାରେ ବ୍ୟବହାର ହୋଇପାରୁନାହିଁ।
ଏହି ସମସ୍ୟା ବାବଦରେ ଆଧାର ଅପରେଟରଙ୍କୁ ପଚାରିବାରୁ ସେ କହିଛନ୍ତି, ଚିକିତ୍ସାଳୟ ପକ୍ଷରୁ ହିତାଧିକାରୀଙ୍କୁ ଡିଜିଟାଲ ଜନ୍ମ ପ୍ରମାଣପତ୍ର ବଦଳରେ ହାତଲେଖା କାଗଜ ଦିଆଯାଉଛି।

ଅନ୍ୟପଟେ ଏ ସମ୍ପର୍କରେ ମେଡିକାଲ ଅଫିସର ଡାକ୍ତର ସୌମ୍ୟରଞ୍ଜନ ଜେନାଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଅରିଜିନାଲ ଜନ୍ମ ପ୍ରମାଣପତ୍ର ପାଇଁ ଲୋକଙ୍କୁ ଜନସେବା କେନ୍ଦ୍ରକୁ ଯାଇ ଆବେଦନ କରିବାକୁ ପଡ଼ିବ, ତା’ପରେ ହିଁ ସେମାନେ ମୂଳ ପ୍ରମାଣପତ୍ର ପାଇପାରିବେ। ତେବେ ଡାକ୍ତରଖାନା ଓ ପ୍ରଶାସନର ଏଭଳି ନିୟମ ଭିତରେ ନିରୀହ ଡଙ୍ଗରିଆ ପରିବାରଗୁଡ଼ିକ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏହି ଭୁଲ୍‌ ସଂଶୋଧନ କରିବା ପାଇଁ ସେମାନଙ୍କୁ ଦୁର୍ଗମ ପାହାଡ଼ ଅତିକ୍ରମ କରି କଲ୍ୟାଣସିଂହପୁର ବ୍ଲକ ସଦରମହକୁମାକୁ ଯିବା ସହ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ୁଛି। ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ପଞ୍ଚାୟତ ସ୍ତରରେ ସ୍ବତନ୍ତ୍ର ଶିବିର ଜରିଆରେ ଉଭୟ ଡିଜିଟାଲ ଜନ୍ମ ପ୍ରମାଣପତ୍ର ଓ ଆଧାର ସଂଶୋଧନ ସୁବିଧା ଯୋଗାଇଦେବାକୁ ସ୍ଥାନୀୟ ବାସିନ୍ଦା ଦୃଢ଼ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri