Posted inଜାତୀୟ

ଜନ୍ମପ୍ରମାଣ ପତ୍ର ସହିତ ଆଧାର କାର୍ଡ ପଞ୍ଜିକରଣ ଖୁବ୍‌ ଶୀଘ୍ର ସମସ୍ତ ରାଜ୍ୟରେ ହେବ ଆରମ୍ଭ…

ନୂଆଦିଲ୍ଲୀ,୧୫।୧୦ : ନବଜାତ ଶିଶୁମାନଙ୍କ ପାଇଁ ଜନ୍ମ ପ୍ରମାଣପତ୍ର ସହିତ ଆଧାର ପଞ୍ଜିକରଣ କରାଯିବା ସୁବିଧା ଆସନ୍ତା କିଛି ମାସ ମଧ୍ୟରେ ସମସ୍ତ ରାଜ୍ୟରେ ଆରମ୍ଭ ହେବ ବୋଲି ଆଶା କରାଯାଉଛି। ବର୍ତ୍ତମାନ ଦେଶର ୧୬ ଟି ରାଜ୍ୟରେ ନବଜାତ ଶିଶୁମାନଙ୍କର ଆଧାର ପଞ୍ଜିକରଣ ସୁବିଧା ଉପଲବ୍ଧ ହେଉଛି। ଏହି ପ୍ରକ୍ରିୟା ଏକ ବର୍ଷ ପୂର୍ବେ ଆରମ୍ଭ ହୋଇଥିଲା ଏବଂ ଧୀରେ ଧୀରେ ଅନେକ ରାଜ୍ୟ ଏଥିରେ ଜଡିତ ହୋଇଛନ୍ତି। ଅନ୍ୟ ରାଜ୍ୟ ଗୁଡ଼ିକ ମଧ୍ୟ ଏହି ଦିଗରେ କାର୍ଯ୍ୟ ଜାରି ରଖିଛନ୍ତି।

ସରକାରୀ ସୂତ୍ରରୁ ପ୍ରକାଶ ଯେ ଆସନ୍ତା କିଛି ମାସ ମଧ୍ୟରେ ସମସ୍ତ ରାଜ୍ୟରେ ଏହି ସୁବିଧା ଆରମ୍ଭ ହେବ ବୋଲି ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି ଅଫ ଇଣ୍ଡିଆ (ୟୂଆଇଡିଏଆଇ) ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି।

ପାଞ୍ଚ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କ ପାଇଁ ବାୟୋମେଟ୍ରିକ ସୂଚନା ସଂଗ୍ରହ କରାଯାଏ ନାହିଁ। ସେମାନଙ୍କର ୟୁଆଇଡି ସୂଚନା ଏବଂ ସେମାନଙ୍କ ପିତାମାତାଙ୍କ ୟୁଆଇଡି ସହିତ ସଂଯୁକ୍ତ ମୁଖ ଚିତ୍ର ଆଧାରରେ ପ୍ରକ୍ରିୟାକରଣ କରାଯାଇଥାଏ। ତେଣୁ ପିଲା ୫ ଏବଂ ୧୫ ବର୍ଷ ବୟସ ହେବା ପରେ ବାୟୋମେଟ୍ରିକ ଅପଡେଟର ଆବଶ୍ୟକତା ରହିଛି।

ବର୍ତ୍ତମାନ, ୧୦୦୦ରୁ ଅଧିକ ରାଜ୍ୟ ଏବଂ କେନ୍ଦ୍ର ସରକାରୀ ଯୋଜନାରେ ହିତାଧିକାରୀଙ୍କୁ ଚିହ୍ନଟ ଏବଂ ପ୍ରାମାଣିକରଣ, ଲାଭ ସ୍ଥାନାନ୍ତର ଏବଂ ଡି-ନକଲକୁ ସୁନିଶ୍ଚିତ କରିବା ପାଇଁ ଆଧାର ବ୍ୟବହାର କରୁଛନ୍ତି। ଏଥିମଧ୍ୟରୁ ପ୍ରାୟ ୬୫୦ଟି ଯୋଜନା ରାଜ୍ୟ ସରକାରଙ୍କର ଥିବାବେଳେ ୩୧୫ ଟି କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ।ଦ୍‌ ଆଧାର ଇକୋସିଷ୍ଟମ ଏବଂ ଏହାର ବାୟୋମେଟ୍ରିକ ପ୍ରାମାଣିକିକରଣ ବ୍ୟବହାର ପାଇଁ ଏପର୍ଯ୍ୟନ୍ତ ୧୩୪ କୋଟି ଆଧାର ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri