ସ୍କୁଲରେ ଆଧାର ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର୯।୮(ଅନୁରାଧା ମହାରଣା): ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଚଳିତ ଶିକ୍ଷାବର୍ଷ ପାଇଁ ନାମଲେଖା ଜାରି ରହିଛି। କେତେକ ସ୍କୁଲରେ ନାମଲେଖା ସମୟରେ ଅଭିଭାବକଙ୍କୁ ପ୍ରଧାନଶିକ୍ଷକ ଆଧାରକାର୍ଡ ମାଗୁଥିବା ନଜରକୁ ଆସିଛି। ଏବେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଆଧାରକାର୍ଡ ବିନା ନାମଲେଖା ହୋଇପାରିବ ବୋଲି ବିଭାଗୀୟ ସଚିବ ଅଶ୍ୱଥି ଏସ୍‌ ମଙ୍ଗଳବାର ସବୁ ଜିଲାର ଶିକ୍ଷାଧିକାରୀଙ୍କୁ ଚିଠି କରିଛନ୍ତି। ନାମଲେଖା ପରେ ଛାତ୍ରୀଛାତ୍ର ଆଧାରକାର୍ଡ ପ୍ରସ୍ତୁତ କରି ଜମା କରିପାରିବେ। ଏ ସମ୍ପର୍କିତ ନିର୍ଦ୍ଦେଶ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଜଣାଇ ଦେବା ସହ ଯେପରି କେହି ଏହାର ଉଲ୍ଲଂଘନ ନ କରନ୍ତି ସେନେଇ ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ରହିଛି।
ସଚିବ ଚିଠିରେ ଲେଖିଛନ୍ତି, ନାମଲେଖା ପାଇଁ ଆଧାରକାର୍ଡ ବାଧ୍ୟତାମୂଳକ କରାଯାଇ ପାରିବ ନାହିଁ। ପରବର୍ତ୍ତୀ ସମୟରେ ଛାତ୍ରୀଛାତ୍ର ଜିଲାର ଅଧିକାରୀଙ୍କ ସହ ଯୋଗାଯୋଗ କରି ଆଧାର କାର୍ଡ କରିପାରିବେ। ବିଦ୍ୟାଳୟରେ ସୁରୁଖୁରୁରେ ନାମଲେଖା ପାଇଁ ଏବାବଦରେ ପ୍ରଧାନଶିକ୍ଷକମାନଙ୍କୁ ଅବଗତ କରିବାକୁ ସବୁ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ରହିଛି। ଏନେଇ ଓଡ଼ିଶା ଅଭିଭାବକ ସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟଙ୍କ କହିବାନୁସାରେ ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ମାତ୍ର ଏହା ସର୍ବକାଳୀନ ଲାଗୁ ହେବା ଉଚିତ। କିଛିଦିନ କାର୍ଯ୍ୟକାରୀ ହେବା ପରେ ନିୟମ ପରିବର୍ତ୍ତନ କରାଗଲେ ଏହା ମୂଲ୍ୟହୀନ ହୋଇଯିବ। ତେବେ ନାମଲେଖା ସମୟରେ ଆଧାରକାର୍ଡ ନ ଦେଲେ ମଧ୍ୟ ପରବର୍ତ୍ତୀ ସମୟରେ ଆଧାରକାର୍ଡ ତଥ୍ୟ ଯେପରି ପିଲାମାନେ ଦେବେ ସେ ଦିଗରେ ଦୃଷ୍ଟିଦେବାର ଆବଶ୍ୟକତା ରହିଛି। ନଚେତ୍‌ ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ଯୋଜନାରେ ଛାତ୍ରୀଛାତ୍ରଙ୍କ ଠିକ୍‌ ତଥ୍ୟ ପାଇବାରେ ସମସ୍ୟା ସୃଷ୍ଟି ହୋଇପାରେ। ଭଟ୍ଟ କହିଛନ୍ତି ବର୍ତ୍ତମାନ ପ୍ରାୟ ସବୁ ପିଲାଙ୍କ ପାଖରେ ଆଧାରକାଡର୍ର୍ ଉପଲବ୍ଧ ଅଛି। ପୂର୍ବରୁ ଏହି ନିୟମ ଲାଗୁ କରାଯାଇଥିଲେ ନାମଲେଖାରେ
ସ୍କୁଲ ନାମଲେଖାରେ…
ଯେଉଁମାନେ ସମସ୍ୟା ଭୋଗିଛନ୍ତି ସେପରି ହୋଇ ନ ଥା’ନ୍ତା। ସେହିପରି ଭୁବନେଶ୍ୱରର ଜଣେ ଅଭିଭାବକ ଅହଲ୍ୟା ନନ୍ଦଙ୍କ କହିବାନୁସାରେ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ଅଧା ହେଲାଣି। କୌଣସି ଜରୁରୀ କାରଣରୁ ଯଦି କେହି ପିଲା ବିଦ୍ୟାଳୟ ପରିବର୍ତ୍ତନ କରି ଅନ୍ୟ ବିଦ୍ୟାଳୟରେ ନାମ ଲେଖାଇବାକୁ ଚାହଁୁଛନ୍ତି କିମ୍ବା ନୂଆ କରି ନାମ ଲେଖାଉଛନ୍ତି ସେଠାରେ ଆଧାର କାର୍ଡ ବାଧ୍ୟତାମୂଳକ ହେବା ଉଚିତ୍‌ ନୁହେଁ। ଆଧାରକାର୍ଡକୁ ଅପେକ୍ଷା କଲେ ଅର୍ଦ୍ଧବାର୍ଷିକ ପରୀକ୍ଷା ମଧ୍ୟ ସମାପ୍ତ ହୋଇଯିବ। ତେଣୁ ଆଧାର କାର୍ଡକୁ ବାଧ୍ୟତାମୂଳକ ନ କରି ପ୍ରଥମେ ନାମ ଲେଖାଇବା ବର୍ତ୍ତମାନ ସହଜ ହୋଇପାରିବ। ଅଭିଭାବକମାନେ ମଧ୍ୟ ନାମଲେଖା ପରେ ଏହାକୁ ଗୁରୁତର ଭାବେ ନେବା ସହ ତୁରନ୍ତ ଆଧାରକାର୍ଡ ଦାଖଲ କରିଦେବା ଉଚିତ। ଗଣଶିକ୍ଷା ସଚିବଙ୍କ ନିର୍ଦ୍ଦେଶ ସ୍ବାଗତଯୋଗ୍ୟ ବୋଲି ଅହଲ୍ୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri