ଭୁବନେଶ୍ୱର,୯ା୮(ଅନୁରାଧା ମହାରଣା): ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଚଳିତ ଶିକ୍ଷାବର୍ଷ ପାଇଁ ନାମଲେଖା ଜାରି ରହିଛି। କେତେକ ସ୍କୁଲରେ ନାମଲେଖା ସମୟରେ ଅଭିଭାବକଙ୍କୁ ପ୍ରଧାନଶିକ୍ଷକ ଆଧାରକାର୍ଡ ମାଗୁଥିବା ନଜରକୁ ଆସିଛି। ଏବେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଆଧାରକାର୍ଡ ବିନା ନାମଲେଖା ହୋଇପାରିବ ବୋଲି ବିଭାଗୀୟ ସଚିବ ଅଶ୍ୱଥି ଏସ୍ ମଙ୍ଗଳବାର ସବୁ ଜିଲାର ଶିକ୍ଷାଧିକାରୀଙ୍କୁ ଚିଠି କରିଛନ୍ତି। ନାମଲେଖା ପରେ ଛାତ୍ରୀଛାତ୍ର ଆଧାରକାର୍ଡ ପ୍ରସ୍ତୁତ କରି ଜମା କରିପାରିବେ। ଏ ସମ୍ପର୍କିତ ନିର୍ଦ୍ଦେଶ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଜଣାଇ ଦେବା ସହ ଯେପରି କେହି ଏହାର ଉଲ୍ଲଂଘନ ନ କରନ୍ତି ସେନେଇ ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ରହିଛି।
ସଚିବ ଚିଠିରେ ଲେଖିଛନ୍ତି, ନାମଲେଖା ପାଇଁ ଆଧାରକାର୍ଡ ବାଧ୍ୟତାମୂଳକ କରାଯାଇ ପାରିବ ନାହିଁ। ପରବର୍ତ୍ତୀ ସମୟରେ ଛାତ୍ରୀଛାତ୍ର ଜିଲାର ଅଧିକାରୀଙ୍କ ସହ ଯୋଗାଯୋଗ କରି ଆଧାର କାର୍ଡ କରିପାରିବେ। ବିଦ୍ୟାଳୟରେ ସୁରୁଖୁରୁରେ ନାମଲେଖା ପାଇଁ ଏବାବଦରେ ପ୍ରଧାନଶିକ୍ଷକମାନଙ୍କୁ ଅବଗତ କରିବାକୁ ସବୁ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ରହିଛି। ଏନେଇ ଓଡ଼ିଶା ଅଭିଭାବକ ସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟଙ୍କ କହିବାନୁସାରେ ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ମାତ୍ର ଏହା ସର୍ବକାଳୀନ ଲାଗୁ ହେବା ଉଚିତ। କିଛିଦିନ କାର୍ଯ୍ୟକାରୀ ହେବା ପରେ ନିୟମ ପରିବର୍ତ୍ତନ କରାଗଲେ ଏହା ମୂଲ୍ୟହୀନ ହୋଇଯିବ। ତେବେ ନାମଲେଖା ସମୟରେ ଆଧାରକାର୍ଡ ନ ଦେଲେ ମଧ୍ୟ ପରବର୍ତ୍ତୀ ସମୟରେ ଆଧାରକାର୍ଡ ତଥ୍ୟ ଯେପରି ପିଲାମାନେ ଦେବେ ସେ ଦିଗରେ ଦୃଷ୍ଟିଦେବାର ଆବଶ୍ୟକତା ରହିଛି। ନଚେତ୍ ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ଯୋଜନାରେ ଛାତ୍ରୀଛାତ୍ରଙ୍କ ଠିକ୍ ତଥ୍ୟ ପାଇବାରେ ସମସ୍ୟା ସୃଷ୍ଟି ହୋଇପାରେ। ଭଟ୍ଟ କହିଛନ୍ତି ବର୍ତ୍ତମାନ ପ୍ରାୟ ସବୁ ପିଲାଙ୍କ ପାଖରେ ଆଧାରକାଡର୍ର୍ ଉପଲବ୍ଧ ଅଛି। ପୂର୍ବରୁ ଏହି ନିୟମ ଲାଗୁ କରାଯାଇଥିଲେ ନାମଲେଖାରେ ଯେଉଁମାନେ ସମସ୍ୟା ଭୋଗିଛନ୍ତି ସେପରି ହୋଇ ନ ଥା’ନ୍ତା। ସେହିପରି ଭୁବନେଶ୍ୱରର ଜଣେ ଅଭିଭାବକ ଅହଲ୍ୟା ନନ୍ଦଙ୍କ କହିବାନୁସାରେ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ଅଧା ହେଲାଣି। କୌଣସି ଜରୁରୀ କାରଣରୁ ଯଦି କେହି ପିଲା ବିଦ୍ୟାଳୟ ପରିବର୍ତ୍ତନ କରି ଅନ୍ୟ ବିଦ୍ୟାଳୟରେ ନାମ ଲେଖାଇବାକୁ ଚାହଁୁଛନ୍ତି କିମ୍ବା ନୂଆ କରି ନାମ ଲେଖାଉଛନ୍ତି ସେଠାରେ ଆଧାର କାର୍ଡ ବାଧ୍ୟତାମୂଳକ ହେବା ଉଚିତ୍ ନୁହେଁ। ଆଧାରକାର୍ଡକୁ ଅପେକ୍ଷା କଲେ ଅର୍ଦ୍ଧବାର୍ଷିକ ପରୀକ୍ଷା ମଧ୍ୟ ସମାପ୍ତ ହୋଇଯିବ। ତେଣୁ ଆଧାର କାର୍ଡକୁ ବାଧ୍ୟତାମୂଳକ ନ କରି ପ୍ରଥମେ ନାମ ଲେଖାଇବା ବର୍ତ୍ତମାନ ସହଜ ହୋଇପାରିବ। ଅଭିଭାବକମାନେ ମଧ୍ୟ ନାମଲେଖା ପରେ ଏହାକୁ ଗୁରୁତର ଭାବେ ନେବା ସହ ତୁରନ୍ତ ଆଧାରକାର୍ଡ ଦାଖଲ କରିଦେବା ଉଚିତ। ଗଣଶିକ୍ଷା ସଚିବଙ୍କ ନିର୍ଦ୍ଦେଶ ସ୍ବାଗତଯୋଗ୍ୟ ବୋଲି ଅହଲ୍ୟା କହିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

