Posted inଜାତୀୟ

ଟିକା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୮ା୨: କୋଭିଡ୍‌-୧୯ ଟିକାକରଣ ଲାଗି କୋଓ୍ବିନ୍‌ ପୋର୍ଟାଲରେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ପାସ୍‌ପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, ପାନ୍‌ କାର୍ଡ, ଭୋଟର ପରିଚୟପତ୍ର, ରାଶନ କାର୍ଡ ଆଦି ୯ଟି ପରିଚୟ ପ୍ରମାଣପତ୍ରରୁ ଯେକୌଣସି ଗୋଟିଏ ଦେଖାଇ ଟିକା ପାଇଁ ପଞ୍ଜୀକରଣ କରାଯାଇପାରିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ସୂର୍ଯ୍ୟ କାନ୍ତଙ୍କ ଖଣ୍ଡପୀଠକୁ
ଜଣାଇ ଦିଆଯାଇଛି। ଟିକାକରଣ ପାଇଁ କୋଓ୍ବିନ୍‌ ଆପ୍‌ରେ ନାମ ପଞ୍ଜୀକରଣ ଲାଗି ଆଧାର କାର୍ଡ ଲାଗି ବାଧ୍ୟ କରାଯାଉଥିବାରୁ ସିଦ୍ଧାର୍ଥ ଶଙ୍କର ଶର୍ମା ଏହା ବିରୋଧରେ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର କରିଥିଲେ। ଗତବର୍ଷ ଅକ୍ଟୋବର ୧ରେ ସର୍ବୋଚ୍ଚ ଅଦାଲତ ଏହା ଉପରେ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଥିଲେ। ତେବେ ଆଧାର କାର୍ଡକୁ ବାଧ୍ୟତାମୂଳକ କରାଯାଇ ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସତ୍ୟପାଠ ଜରିଆରେ କୋର୍ଟଙ୍କୁ ଜଣାଇଛନ୍ତି। ଜେଲ୍‌ ଅନ୍ତେବାସୀ, ମାନସିକ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତେବାସୀ, ଯେଉଁମାନଙ୍କ ପାଖରେ ପରିଚୟ ପତ୍ର ନାହିଁ, ସେମାନଙ୍କ ଟିକାକରଣ ନିମନ୍ତେ ମଧ୍ୟ ବ୍ୟବସ୍ଥା କରାଯାଇଥିବା ସତ୍ୟପାଠରେ ଦର୍ଶାଯାଇଛି। ପରିଚୟପତ୍ର ନ ଥିବା ପ୍ରାୟ ୮୭ ଲକ୍ଷ ଲୋକ ଟିକା ନେଇସାରିଲେଣି ବୋଲି କେନ୍ଦ୍ର ସରକାରଙ୍କ ଓକିଲ ଖଣ୍ଡପୀଠଙ୍କୁ ଜଣାଇଥିଲେ। ବୈଧ ପରିଚୟ ପ୍ରମାଣପତ୍ର ଦାଖଲ କରିବା ସତ୍ତ୍ୱେ ଆବେଦନକାରୀଙ୍କୁ ଟିକା ଦେବା ଲାଗି ମନା କରିଦିଆଯାଇଥିବାରୁ ସମ୍ପୃକ୍ତ ଘରୋଇ ଟିକାଦାନ କେନ୍ଦ୍ର ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମହାରାଷ୍ଟ୍ର ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ସଚିବଙ୍କୁ ପତ୍ର ଲେଖିଛି। ସରକାରୀ ନୀତି ଅନୁଯାୟୀ ସମସ୍ତ ସମ୍ପୃକ୍ତ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ସତ୍ୟପାଠରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri