Posted inଜାତୀୟ

ଟିକା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୮ା୨: କୋଭିଡ୍‌-୧୯ ଟିକାକରଣ ଲାଗି କୋଓ୍ବିନ୍‌ ପୋର୍ଟାଲରେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ପାସ୍‌ପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, ପାନ୍‌ କାର୍ଡ, ଭୋଟର ପରିଚୟପତ୍ର, ରାଶନ କାର୍ଡ ଆଦି ୯ଟି ପରିଚୟ ପ୍ରମାଣପତ୍ରରୁ ଯେକୌଣସି ଗୋଟିଏ ଦେଖାଇ ଟିକା ପାଇଁ ପଞ୍ଜୀକରଣ କରାଯାଇପାରିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ସୂର୍ଯ୍ୟ କାନ୍ତଙ୍କ ଖଣ୍ଡପୀଠକୁ
ଜଣାଇ ଦିଆଯାଇଛି। ଟିକାକରଣ ପାଇଁ କୋଓ୍ବିନ୍‌ ଆପ୍‌ରେ ନାମ ପଞ୍ଜୀକରଣ ଲାଗି ଆଧାର କାର୍ଡ ଲାଗି ବାଧ୍ୟ କରାଯାଉଥିବାରୁ ସିଦ୍ଧାର୍ଥ ଶଙ୍କର ଶର୍ମା ଏହା ବିରୋଧରେ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର କରିଥିଲେ। ଗତବର୍ଷ ଅକ୍ଟୋବର ୧ରେ ସର୍ବୋଚ୍ଚ ଅଦାଲତ ଏହା ଉପରେ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଥିଲେ। ତେବେ ଆଧାର କାର୍ଡକୁ ବାଧ୍ୟତାମୂଳକ କରାଯାଇ ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସତ୍ୟପାଠ ଜରିଆରେ କୋର୍ଟଙ୍କୁ ଜଣାଇଛନ୍ତି। ଜେଲ୍‌ ଅନ୍ତେବାସୀ, ମାନସିକ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତେବାସୀ, ଯେଉଁମାନଙ୍କ ପାଖରେ ପରିଚୟ ପତ୍ର ନାହିଁ, ସେମାନଙ୍କ ଟିକାକରଣ ନିମନ୍ତେ ମଧ୍ୟ ବ୍ୟବସ୍ଥା କରାଯାଇଥିବା ସତ୍ୟପାଠରେ ଦର୍ଶାଯାଇଛି। ପରିଚୟପତ୍ର ନ ଥିବା ପ୍ରାୟ ୮୭ ଲକ୍ଷ ଲୋକ ଟିକା ନେଇସାରିଲେଣି ବୋଲି କେନ୍ଦ୍ର ସରକାରଙ୍କ ଓକିଲ ଖଣ୍ଡପୀଠଙ୍କୁ ଜଣାଇଥିଲେ। ବୈଧ ପରିଚୟ ପ୍ରମାଣପତ୍ର ଦାଖଲ କରିବା ସତ୍ତ୍ୱେ ଆବେଦନକାରୀଙ୍କୁ ଟିକା ଦେବା ଲାଗି ମନା କରିଦିଆଯାଇଥିବାରୁ ସମ୍ପୃକ୍ତ ଘରୋଇ ଟିକାଦାନ କେନ୍ଦ୍ର ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମହାରାଷ୍ଟ୍ର ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ସଚିବଙ୍କୁ ପତ୍ର ଲେଖିଛି। ସରକାରୀ ନୀତି ଅନୁଯାୟୀ ସମସ୍ତ ସମ୍ପୃକ୍ତ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ସତ୍ୟପାଠରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri