Posted inଜାତୀୟ

ଖୁବ୍‌ଶୀଘ୍ର ଶିନ୍ଦେ ସରକାରଙ୍କ ହେବ ପତନ: ଆଦିତ୍ୟ ଠାକରେ

ମୁମ୍ବାଇ,୮।୨: ଶିବସେନା (ୟୁବିଟି) ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବୁଧବାର ଶିନ୍ଦେ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ରାଜ୍ୟ ସରକାର ଅଧିକ ଦିନ ତିଷ୍ଠି ରହିବ ନାହିଁ ଏବଂ ଏହା ଖୁବ ଶୀଘ୍ର ପତନ ହେବ। ଜଲନା ଜିଲାର ବଦନାପୁରରେ ‘ଶିବ ସମ୍ବାଦ ଯାତ୍ରା’ ସମୟରେ ସେ ଏହି କଥା କହିଛନ୍ତି। ଆଦିତ୍ୟ ଠାକରେଙ୍କ ଏହି ବିବୃତ୍ତି ଫେବୃଆରୀ ୧୪ରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ୧୬ ଶିବସେନା ବିଦ୍ରୋହୀ ବିଧାୟକଙ୍କ ଅଯୋଗ୍ୟତା ସମ୍ପର୍କିତ ମାମଲାର ଶୁଣାଣି ପୂର୍ବରୁ ଆସିଛି।
ଆଦିତ୍ୟ ଠାକରେ ଆହୁରି ମଧ୍ୟ କହିଛନ୍ତି, ମହାରାଷ୍ଟ୍ରର ଲୋକମାନେ ଭଲ ଭାବରେ ଜାଣିଛନ୍ତି ଏହି ସରକାର ଅନ୍ୟାୟ ମାର୍ଗରେ ଚାଲୁଛନ୍ତି। ଏହି ଅସାମ୍ବିଧାନିକ ସରକାର ଅଧିକ ଦିନ ତିଷ୍ଠି ରହିବ ନାହିଁ। ଶିନ୍ଦେ-ଭାଜପା ସରକାର ଜନସାଧାରଣଙ୍କ ଟଙ୍କା ନଷ୍ଟ କରୁଛନ୍ତି। ଶିନ୍ଦେ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ଡାଭୋସ ଗଲେ ଏବଂ କେବଳ ବରଫ ଦେଖିବା ପାଇଁ ୪୦ କୋଟି ଟଙ୍କା ଖର୍ଚ୍ଚ କରିଦେଲେ। ମୁଖ୍ୟମନ୍ତ୍ରୀ ମାତ୍ର ୨୮ ଘଣ୍ଟା ମଧ୍ୟରେ ୪୦ କୋଟି ଟଙ୍କା କିପରି ଖର୍ଚ୍ଚ କରିପାରିବେ ବୋଲି ଠାକରେ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁନ ମାସରେ ଶିବସେନା ନେତା ଏକନାଥ ଶିନ୍ଦେଙ୍କ ବିଦ୍ରୋହ ପରେ ମହାରାଷ୍ଟ୍ରର ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଏମଭିଏ ସରକାର ପତନ ହୋଇଥିଲା। ଦଳର କିଛି ବିଧାୟକ ଏବଂ ଏମ୍‌ପିଙ୍କୁ ଭାଙ୍ଗି ସେ ଭାଜପା ସହ ମେଣ୍ଟ କରି ସରକାର ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?