Posted inଖେଳ

ସବୁଠୁ ମହଙ୍ଗା ହୋଇପାରନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଲାଗି ଆସନ୍ତା ୧୨ ଓ ୧୩ ତାରିଖରେ ବେଙ୍ଗାଲୁରୁଠାରେ ହେବାକୁ ଯାଉଥିବା ମେଗା ଅକ୍‌ଶନ ପାଇଁ ଚୂଡ଼ାନ୍ତ ଖେଳାଳିଙ୍କ ତାଲିକା ପ୍ରକାଶ ପାଇଛି। ଏଥିସହିତ ପଞ୍ଜୀକୃତ କରାଇଥିବା ମୋଟ ୫୯୦ ଖେଳାଳିଙ୍କ ମଧ୍ୟରୁ କେଉଁ କ୍ରିକେଟରଙ୍କୁ ସର୍ବାଧିକ ମୂଲ୍ୟ ମିଳିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ପୂର୍ବତନ ଭାରତୀୟ ବ୍ୟାଟର ତଥା ଭାଷ୍ୟକାର ଆକାଶ ଚୋପ୍ରାଙ୍କ ମତରେ ଶ୍ରେୟାସ ଆୟାରଙ୍କୁ ସର୍ବାଧିକ ମୂଲ୍ୟ ମିଳିବ ବୋଲି ପୂର୍ବାନୁମାନ କରିଛନ୍ତି।

“ମୋ ମତରେ ଆୟାର ସବୁଠାରୁ ମହଙ୍ଗା ଖେଳାଳି ହେବେ। ମର୍କ୍ୟୁ ତାଲିକାରେ ଥିବା ଖେଳାଳିଙ୍କ ମଧ୍ୟରେ ଆୟାର ସବୁଠୁ ମହଙ୍ଗା ଖେଳାଳି ହୋଇପାରନ୍ତି। କାରଣ ମର୍କ୍ୟୁ ତାଲିକାରେ ଇଶାନ କିଷନଙ୍କୁ ସ୍ଥାନ ମିଳିନାହିଁ। ଯଦି ଇଶାନ ତାଲିକାରେ ଥାନ୍ତେ, ତେବେ ତାଙ୍କୁ ମଧ୍ୟ ଭଲ ଟଙ୍କା ମିଳିଥାନ୍ତା। କିନ୍ତୁ କିଷନ ନ ଥିବାରୁ ଆୟାରଙ୍କ ପାଇଁ ବିଭିନ୍ନ ଫ୍ରାଞ୍ଚାଇଜ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ” ବୋଲି କୁ’ରେ ଶେୟାର କରିଥିବା ଭିଡିଓରେ ଚୋପ୍ରା କହିଛନ୍ତି।

ପୂର୍ବତନ କ୍ରିକେଟର କହିଛନ୍ତି, ଶ୍ରେୟାସ ଜଣେ ସାମ୍ଭବ୍ୟ ଅଧିନାୟକ ହୋଇପାରନ୍ତି। ଏଣୁ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଭଳି ଦଳ ତାଙ୍କ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାର ବିଶେଷ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri