Posted inଖେଳ

ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ରିଜର୍ଭ ଡେ’ରେ ସେଟ୍‌ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍‌ କରି ବଡ଼ ଶଟ୍‌ ଖେଳିବାକୁ ଉଦ୍ୟମ କରିଥିଲେ। ବଲ ପନ୍ତଙ୍କ ବ୍ୟାଟର ଏଜ୍‌ ନେଇ ଉପରକୁ ଚାଲିଯାଇଥିଲା, ଯାହାକୁ ପଏଣ୍ଟ ଅଞ୍ଚଳରେ ଚମତ୍କାର କ୍ୟାଚ୍‌ ନେଇଥିଲେ ହେନରୀ ନିକୋଲାସ। ଏହା ମ୍ୟାଚ୍‌ର ସବୁଠୁ ବଡ଼ ଟର୍ନିଂ ପଏଣ୍ଟ ସାବ୍ୟସ୍ତ ହୋଇଥିଲା। ତାଙ୍କ ଉଇକେଟ ପଡ଼ିବା ପରେ ଦଳୀୟ ସ୍କୋରରେ ମାତ୍ର ୧୪ ରନ୍‌ ଯୋଡ଼ି ପାରିଥିଲେ ନିମ୍ନକ୍ରମର ବ୍ୟାଟ୍ସମ୍ୟାନମାନେ। ଫଳରେ ୧୭୦ ରନ୍‌ରେ ସୀମିତ ହେବା ସହ ନ୍ୟୁଜିଲାଣ୍ଡ ଆଗରେ ୧୩୯ ରନ୍‌ର ସହଜ ଟାର୍ଗେଟ ଛିଡ଼ା କରିଥିଲା ଭାରତ।

ପୂର୍ବତନ କ୍ରିକେଟର ତଥା ଭାଷ୍ୟକାର ଆକାଶ ଚୋପ୍ରା ପନ୍ତଙ୍କ ବ୍ୟାଟିଂ ଷ୍ଟାଇଲ ଉପରେ ପ୍ରଶ୍ନ ଉଠାଇଛନ୍ତି। ଦଳ ତାଙ୍କ ଠାରୁ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ଆବଶ୍ୟକ କରୁଥିଲା। ଏଭଳି ପରିସ୍ଥିତିରେ ପନ୍ତ ବଡ଼ ଶଟ୍‌ ଖେଳିବାକୁ ଉଦ୍ୟମ କରି ଆଉଟ୍‌ ହୋଇଥିଲେ। ବଡ଼ ବଡ଼ ଶଟ୍‌ ଖେଳି ପନ୍ତ ନିଜ ପରିଚୟ ସୃଷ୍ଟି କରିଛନ୍ତି। କିନ୍ତୁ କ୍ରିଜ୍‌ରେ ଟିମ୍‌ ଇଣ୍ଡିଆକୁ ତାଙ୍କ ଉପସ୍ଥିତି ଦରକାର ଥିବାବେଳେ ଆଟାକିଂ ଷ୍ଟାଇଲ ବ୍ୟାଟିଂ ଆପଣେଇବା କେତେ ଦୂର ଠିକ୍‌ ? ବୋଲି ନିଜ ୟୁଟ୍ୟୁବ ଚ୍ୟାନେଲରେ ପ୍ରଶ୍ନ କରିଛନ୍ତି।

ତାଙ୍କ ବ୍ୟାଟିଂ ଦକ୍ଷତା ଆମେ ଦେଖିଛୁ। ସିଡ୍‌ନୀରେ ବିପରିତ ପରିସ୍ଥିତିରେ ସେ ୯୭ ରନ୍‌ର ଇନିଂସ ଖେଳିଥିଲେ। ଗାବାଠାରେ ୮୯ ରନ୍‌ ଅପରାଜିତ ଇନିଂସ ଖେଳି ଭାରତକୁ ଦେଇଥିଲେ ଐତିହାସିକ ବିଜୟ। ତାଙ୍କ ଠାରୁ ଅନେକ ମ୍ୟାଚ୍‌ ବିଜୟୀ ଇନିଂସ ଦେଖିବାକୁ ମିଳିଛି। ମାତ୍ର ତାଙ୍କର ଏଭଳି ଶୋଚନୀୟ ବ୍ୟାଟିଂ ଆମେ କଦାପି ଦେଖି ନାହୁଁ ବୋଲି ଆକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri