‘ଜେଇଇ ମେନ୍‌’ରେ ଆକାଶର ବାଜିମାତ

ଭୁବନେଶ୍ୱର,୧୪।୯ : ନ୍ୟାଶନାଲ ଟେଷ୍ଟି ଏଜେନ୍ସି (ଏନଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ-୨୦୨୦ ପରୀକ୍ଷାରେ ଆକାଶ ଇନଷ୍ଟିଚ୍ୟୁଟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଜେଇଇ ମେନ୍‌ ଫଳାଫଳର ପ୍ରଥମ ୨୦ ଜଣଙ୍କ ମଧ୍ୟରେ ଆକାଶରୁ ଜଣେ ଥିବା ବେଳେ, ଟପ୍‌ ୫୦ରେ ୩ ଜଣ ଏବଂ ଟପ୍‌ ୧୦୦ ମଧ୍ୟରେ ୬ ଜଣ ପରୀକ୍ଷାର୍ଥୀ ସ୍ଥାନ ପାଇଥିବା ଆକାଶ ଏଜୁକେଶନାଲ ସର୍ଭିସେସ ଲିମିଟେଡର ନିର୍ଦ୍ଦେଶକ ଓ ସିଇଓ ଆକାଶ ଚୌଧୁରୀ ଏହି ସୂଚନା ଦେଇଛନ୍ତି। ଆକାଶର ଚିରାଗ ଫାଲୋର (୧୨), ସୁରଜ ଶ୍ରୀନିବାସ (୩୪), ଆଭାଲ ଅମିଲ (୪୩), ପ୍ରୀତି ପଲିଓ୍ବାଲା (୭୫), ଇରା ସାରାଦା (୭୯) ଏବଂ ଶ୍ରୀଖର ଅଗ୍ରଓ୍ବାଲା (୯୯) ର଼୍ୟାଙ୍କ ସହ ଟପ ୧୦୦ରେ ସ୍ଥାନ ପାଇଛନ୍ତି। ସେହିଭଳି ଭୁବନେଶ୍ୱର ଶାଖାରୁ ଅନିମେଶ ସାହୁ, ଶିବାଶିଷ ରାଉତ, ରିତେଶ୍ୱର ରାଜଗୁରୁ, ପ୍ରୀତି ନିଲଞ୍ଜନା,ସତାଂଶ ପଟ୍ଟନାୟକ, ଶ୍ରୀସ ମହାପାତ୍ର, ଶୁଭମ ଶୁଭାଶିଷ ସାହୁ, ଆଶୁତୋଷ ମିଶ୍ର, ଓଜସ୍ବୀ ଦାସ, ସୁବ୍ରତ ଶେଖର ସାହୁ ଏବଂ ଦୀପ୍ତି ସାହୁ ପ୍ରମୁଖ ୯୯% ରୁ ଉର୍ଦ୍ଧ୍ୱ ସ୍କୋର କରି ଏହି ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଚଳିତ ମାସ ୨୭ରେ ଜେଇଇ ଆଡଭାନ୍ସ ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷାରେ ଆକାଶ ଭୁବନେଶ୍ୱରର ଶାଖାରୁ ପ୍ରାୟ ୧୨୦ ଜଣ ଛାତ୍ର ଆଇଆଇଟି ଜେଇଇ ପରୀକ୍ଷା ଦେବେ ବୋଲି ଶାଖାର ନିଦ୍ଦେର୍ର୍ଶକ ଏ.ବି. ସିଂହ ସୂଚନା ଦେଇଛନ୍ତି। ଜେଇଇ ମେନ ରେ ସଫଳତା ଅର୍ଜନ କରିଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଭୁବନେଶ୍ୱର ଶାଖା ପକ୍ଷରୁ ସେ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି...

ବାଲ୍‌କୋକୁ ଏଏସ୍‌ଆଇ ପ୍ରଦର୍ଶନ ମାନକ ଭି୩ ପ୍ରମାଣପତ୍ର

ଭୁବନେଶ୍ୱର, ୨୮।୩ (ଅଭୟ ଦାଶ): ଦେଶର ଆଇକନିକ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ ବା ବାଲ୍‌କୋକୁ...

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ।...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫...

ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri