ନୂଆଦିଲ୍ଲୀ,୨୭।୬: ଆସ୍କ ଅଟୋମୋଟିଭ୍ ଲିମିଟେଡ୍ (ଏଏଏଲ୍) ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଏକ ଡ୍ରାଫ୍ଟ ରେଡ୍ ହେରିଂ ପ୍ରସ୍ପେକ୍ଟସ୍ (ଡିଆର୍ଏଚ୍ପି) ଦାଖଲ କରାଯାଇଛି। ଏପରିକି ଇନିସିଆଲ ପବ୍ଲିକ୍ ଅଫର ଜରିଆରେ କମ୍ପାନୀ ଇକ୍ୱିଟି ଶେୟାର ଜାରି କରି ପାଣ୍ଠି ହାସଲ କରିବାକୁ ଯୋଜନା ରଖିଛି। ଏହି ପ୍ଲାନ୍ର ଅଫର ଫର ସେଲ୍ରେ ମୋଟ ୨୯,୫୭୧,୩୯୦ ଇକ୍ୱିଟି ଶେୟାର ସାମିଲ ରହିଛି। ଉଲ୍ଲେଖଯୋଗ୍ୟ, ଅଫର ଫର୍ ସେଲ୍ରେ ପ୍ରତିଷ୍ଠାତା କୁଲଦୀପ ସିଂହ ରାଠିଙ୍କ ୨୦,୬୯୯,୯୭୩ ଇକ୍ୱିଟି ଶେୟାର ଏବଂ ବିଜୟ ରାଠିଙ୍କ ୮,୮୭୧,୪୧୭ ଇକ୍ୱିଟି ଶେୟାର ସାମିଲ ରହିଛି। ନିଜସ୍ବ ଡିଜାଇନ୍ ଓ ମାନୁଫାକ୍ଚରିଂ ଦକ୍ଷତା ସହିତ ଏହି କମ୍ପାନୀ ତିନି ଦଶନ୍ଧିରୁ ଅଧିକ ସମୟଧରି ସୁରକ୍ଷା ବ୍ୟବସ୍ଥା ଓ ଗୁରୁତ୍ୱପୂର୍ଣ୍ଣ ଇଞ୍ଜିନିୟରିଂ ସମାଧାନ ପ୍ରଦାନ କରୁଛି।
ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍…
ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ
ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…
୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ
ରୋମ୍,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…
ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…
ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…
ବୋହୂ ନିଖୋଜ, ଶାଶୁ ଥାନାରେ
ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…
୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା
ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…
୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ
ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…
ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ
ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…
Archives

