Posted inଜାତୀୟ

ପଞ୍ଚମ ଥରରେ ୧୨ ଜଣିଆ ପ୍ରାର୍ଥି ତାଲିକା ଘୋଷଣା କଲା ଏଏପି, ଏବେ ପର୍ଯ୍ୟନ୍ତ ୫୩ ଜଣଙ୍କ ନାମ ଘୋଷଣା

ନୂଆଦିଲ୍ଲୀ,୧୬ ।୧୦: ଗୁଜରାଟ ବିଧାନସଭା ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇନାହିଁ ସତ । ହେଲେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନ ବିଗୁଲ ବାଜି ସାରିଛି । ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ସହ ଆମ ଆଦମୀ ପାର୍ଟି(ଏଏପି) ବି ପ୍ରଚାର ଅଭିଯାନ ଆରମ୍ଭ କରି ନିଜକୁ ସବୁଠାରୁ ଆଗରେ ରଖିବାକୁ ଉଦ୍ୟମ ଜାରି ରଖିଛି । ଏଏପି କିଛି ବିଧାନସଭା ଆସନ ଲାଗି ତା’ର ପ୍ରାର୍ଥୀଙ୍କ ନାମ ବି ଘୋଷଣା କରି ସାରିଲାଣି । ଏହି କ୍ରମରେ ରବିବାର ଆମ ଆଦମୀ ପାର୍ଟି ଏହାର ପଞ୍ଚମ ତାଲିକା ପ୍ରକାଶ କରିଛି । ଏହି ପଞ୍ଚମ ତାଲିକାରେ ୧୨ ଜଣ ପ୍ରାର୍ଥିଙ୍କ ନାମ ଘୋଷଣା କରିଛି ଏଏପି ।
ସୂଚନାଯୋଗ୍ୟ, ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ଏଏପି ଏବେ ପର୍ଯ୍ୟନ୍ତ ୫୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଲାଣି । ଏହା ପୂର୍ବରୁ ଅର୍ଥାତ୍ ଚତୁର୍ଥ ତାଲିକାରେ ବି ଆମ ଆଦମୀ ପାର୍ଟି ୧୨ ଜଣଙ୍କ ନାମ ଘୋଷଣା କରିଥିଲା ।
ସୂଚନାଯୋଗ୍ୟ, ବିଧାନସଭା ନିର୍ବାଚନ ବିଗୁଲ ବାଜିପା ପୂର୍ବରୁ ଆମ ଆଦମୀ ପାର୍ଟି ପକ୍ଷରୁ ଗୁଜରାଟରେ ଲଗାତାର ଭାବେ ରାଲି ଓ ବୈଠକ କରୁଛି ଏଏପି । ନିଜେ ମୁଖ୍ୟମନ୍ତ୍ରୀ ତଥା ଏଏପିର ସଂଯୋଜକ ଅରବିନ୍ଦ କେଜରିୱାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ, ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପ୍ରମୁଖ ପ୍ରଞ୍ଜାବ ଗସ୍ତ କରି ବୈଠକ ଓ ରାଲିରେ ଯୋଗ ଦେଇ ସାରିଲେଣି । ସମସ୍ତଙ୍କର ଗୋଟିଏ ଲକ୍ଷ୍ୟ ଆଗାମୀ ବିଧାନସଭା ନିର୍ବାଚନ ।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri