Posted inଜାତୀୟ

ୟୁପି ନିର୍ବାଚନ: କୌଣସି ଦଳ ସହ ମେଣ୍ଟ କରିବ ନାହିଁ ଏଏପି

ନୂଆଦିଲ୍ଲୀ,୧୦ ।୧: ସାରା ଦେଶର ନଜର ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଉପରେ । ରବିବାର ଆମ ଆଦମୀ ପାର୍ଟି(ଏଏପି)ର ଉତ୍ତର ପ୍ରଦେଶ ପ୍ରଭାରୀ ତଥା ରାଜ୍ୟସଭା ଏମ୍‌ପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି । ଏହାସହ ୟୁପି ବିଧାନସଭା ନିର୍ବାଚନକୁ ନେଇ ସଞ୍ଜୟ ବଡ ବୟାନ ଦେଇଛନ୍ତି । ସେ ନାମ ନ ନେଇ କଂଗ୍ରେସ, ବିଏସ୍‌ପି, ଏସ୍‌ପି, ଭାଜପା ଉପରେ ଖୁବ୍ ବର୍ଷିଛନ୍ତି ।
ସଞ୍ଜୟ ଘୋଷଣା କରିଛନ୍ତି କି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ଏଏପି କୌଣସି ଦଳ ସହ ମେଣ୍ଟ ନ କରି ନିଜ ଶକ୍ତିରେ ନିଜେ ଏକେଲା ଲଢିବ । ଏହାସହ ସେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି କହିଛନ୍ତି ଭାଜପା ନିକଟରେ ଧନବଳ ରହିଛି ହେଲେ ଜନବଳ ନୁହେଁ । କିନ୍ତୁ ଏଏପି ନିକଟରେ ଜନବଳ ଅଛି ଧନବଳ ନୁହେଁ । ଏଥର ନିର୍ବାଚନରେ ଏଏପି ୪୦୩ ଆସନରେ ପ୍ରାର୍ଥୀ ଦେବ ବୋଲି ସଞ୍ଜୟ କହିଛନ୍ତି । ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶର ୪୦୩ ବିଧାନସଭା ଆସନ ଲାଗି ୧୦ ଫେବୃୟାରୀରୁ ୭ ମାର୍ଚ୍ଚ ମଧ୍ୟରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?