ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ: ମଲାଡ଼ ପଞ୍ଚାୟତ ପକ୍ଷରୁ…

ଗଞ୍ଜାମ, ୨୧/୭ (ବିଦ୍ୟାଧର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ଅଭିଯାନ’ ଆହ୍ୱାନ ଏବଂ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପରାମର୍ଶକ୍ରମେ ଜିଲାର ବିଭିନ୍ନ ସ୍ଥାନରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ଅନ୍ତର୍ଗତ ସଫେଇ ଅଭିଯାନ ଜୋରଦାର ଭାବେ ଚାଲିଛି। ଏହାରି ପରିପ୍ରେକ୍ଷୀରେ ମଙ୍ଗଳବାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ ପକ୍ଷରୁ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

କାର୍ଯ୍ୟକ୍ରମରେ ପଞ୍ଚାୟତର ସରପଞ୍ଚ ମମତା ବେହେରା ସ୍ୱଚ୍ଛ ଭାରତ ଅଭିଯାନରେ ସକ୍ରିୟ ଭାବେ ସାମିଲ ହୋଇ ଗ୍ରାମକୁ ସ୍ୱଚ୍ଛ ଓ ପରିଚ୍ଛନ୍ନ ରଖିବା ପାଇଁ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ। ସେ ପ୍ଲାଷ୍ଟିକମୁକ୍ତ ପଞ୍ଚାୟତ ଗଠନ ପାଇଁ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ।

ଏହି ସଫେଇ ଅଭିଯାନରେ ସମିତି ସଭ୍ୟାଙ୍କ ପ୍ରତିନିଧି ଲିଙ୍ଗରାଜ ମହାପାତ୍ର, ଭାଜପା ଯୁବନେତା ପି. କ୍ରିଷ୍ଣା ରାଓ, ସରପଞ୍ଚ ପ୍ରତିନିଧି ସୁଦାମ ବେହେରା, ଗାଁ ସାଥୀ, ପ୍ରାଣୀମିତ୍ର, କୃଷିମିତ୍ର, ଏମ୍‌ବିକେ, ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ, ଯୁବବର୍ଗ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ଯୋଗଦେଇଥିଲେ।

ଏହି ଅବସରରେ କାଠଗଡ଼ା ଗ୍ରାମର ଉଭୟ ପାର୍ଶ୍ୱର ରାସ୍ତା, ପଞ୍ଚାୟତ କାର୍ଯ୍ୟାଳୟ ପରିସର ଓ ଆଖପାଖ ଅଞ୍ଚଳ ସଫେଇ କରାଯାଇଥିଲା। ପରିବେଶ ସୁରକ୍ଷା ଏବଂ ସ୍ୱଚ୍ଛତା ସମ୍ପର୍କରେ ଉପସ୍ଥିତ ଲୋକଙ୍କୁ ସଚେତନ କରାଯିବା ସହ ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରିବାକୁ ଆହ୍ୱାନ ଦିଆଯାଇଥିଲା।

ସଫେଇ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମହିଳା ଓ ପୁରୁଷ ସ୍ୱେଚ୍ଛାକୃତ ଭାବେ ଅଂଶଗ୍ରହଣ କରିଥିବାରୁ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା। ସ୍ଥାନୀୟ ଅଞ୍ଚଳରେ ସ୍ୱଚ୍ଛତା ପ୍ରତି ସଚେତନତା ସୃଷ୍ଟି କରିବାରେ ଏହି ଅଭିଯାନ ସହାୟକ ହେବ ବୋଲି ଉପସ୍ଥିତ ବ୍ୟକ୍ତିବିଶେଷମାନେ ମତ ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri