ଆମ ବସକୁ ନେଇ ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ, କହିଲେ ଯମ ବସ୍‌…

ଭୁବନେଶ୍ବର,୧୧ା୧:  ବାରମ୍ବାର ଆମ ବସ୍ ଦୁର୍ଘଟଣା ପରେ ମୁହଁ ଖୋଲି ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା । ଆମ ବସ୍‌କୁ ନେଇ ପ୍ରତ୍ୟେକ ଲୋକଙ୍କ ପାଟିରୁ ବର୍ତ୍ତମାନ ଯମ ବସ୍‌ ବାହାରୁଛି । ଏବେ ଯେଉଁଭଳି ଦୁର୍ଘଟଣା ହେଉଛି, ବସ୍‌ରେ ନିଆଁ ଲାଗିଯାଉଛି ସେସବୁ ପାଇଁ ଲୋକେ ଭୟଭୀତ ହେଉଛନ୍ତି । ବସ୍‌ର ଠିକ୍‌ ଭାବରେ ଯାଞ୍ଚ ମଧ୍ୟ ହେଉନି । ପୂର୍ବରୁ କେବେ ବସକୁ ନେଇ ଲୋକଙ୍କ ଭିତରେ ଭୟ ଦେଖିନଥିଲି । ବର୍ତ୍ତମାନ ପ୍ରତ୍ୟେକ ଲୋକ ଏହି ବସକୁ ଭୟ କରୁଛନ୍ତି ।

ବିଜେଡି ବିଧାୟକ କହିଛନ୍ତି ଯେ, ଯେଉଁ ଦିନ ଠାରୁ ଏହି ବସର ଶୁଭାରମ୍ଭ ହେଲା ସେହିଦିନ ଠାରୁ କେବେ ଏଭଳି ଦୁର୍ଘଟଣା କିମ୍ବା ଅଘଟଣ ହୋଇନଥିଲା । ବର୍ତ୍ତମାନ କେଉଁଠି ଆମ ବସ୍ ଦୁର୍ଘଟଣା ହେଉଛି ତ ଆଉ କେଉଁଠି ନିଆଁ ଲାଗିଯାଉଛି । ଏହାକୁ ଦେଖି ଲୋକେ ଭୟଭୀତ ହେବା ସ୍ବାଭାବିକ ।

ସେବା ଦେବା ଉଦ୍ଦେଶ୍ୟରେ କାହା ଜୀବନ ଦେବା ଅଧିକାର ଆମର ନୁହେଁ । ଯଦି ପରିଚାଳକ ଏବଂ ଡ୍ରାଇଭରଙ୍କ ଠିକ୍ ଯୋଗ୍ୟତା ରହିଥାନ୍ତା  ତେବେ ଏଭଳି ଅଗ୍ନିକାଣ୍ଡ ହୋଇନଥାନ୍ତା । ମୋତେ ଲାଗିଲାଣି ଭବିଷ୍ୟତରେ ଏହି ସେବା ବନ୍ଦ ହୋଇଯିବ ବୋଲି ବିଧାୟକ କହିଛନ୍ତି । କେନ୍ଦ୍ର ସରକାର ଓଡିଶାକୁ ସବୁବେଳେ ଅବହେଳା କରିଛନ୍ତି ବୋଲି ସେ ଟାର୍ଗେଟ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri