କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ । ୧୮ ନମ୍ବର୍ ରୁଟରେ ଯାଉଥିବା ବସଟି ନେତାଜୀ ବସ୍ ଟର୍ମିନାଲ ମଧ୍ୟକୁ ପ୍ରବେଶ କରିବା ବେଳେ ବାମ ପଟେ ଏକ ବାଇକକୁ ଧକ୍କା ଦେବା ସହ ଆରୋହୀଙ୍କୁ ପ୍ରାୟ ୫୦ ଫୁଟ ବାଟ ଚଢି ଘୋଷାଡ଼ି ଆଣିଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା କି ଜଣେ ପ୍ରତ୍ୟକ୍ଷଦର୍ଶୀ ଚେତାଶୂନ୍ୟ ହୋଇ ଯାଇଥିଲେ। ଏହାପରେ ବସ୍ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ।

ଗୋଟିଏ ପଟେ ବସ୍ ତଳେ ବାଇକ୍ ଆରୋହୀ ଗୁରୁତର ଅବସ୍ଥାରେ ଫସି ରହିଥିବା ବେଳେ ସ୍ଥାନୀୟ ଶତାଧିକ ବାସିନ୍ଦାମାନେ ବିଳମ୍ବ ନକରି ବସକୁ ଟେକି ଆହତଙ୍କୁ ଉଦ୍ଧାର କରିଥିଲେ । ବାଦାମବାଡ଼ି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲ ପଠାଇ ଥିଲେ।

ବାଦାମବାଡ଼ି ଥାନା ଅଧିକାରୀ ଦେଇଥିବା ସୂଚନା ଆଧାରରେ ଆହତ ବ୍ୟକ୍ତିଙ୍କ ଘର କଟକ ଓଲଟପୁରରେ । ତାଙ୍କ ପରିବାରକୁ ଯୋଗାଯୋଗ କରାଯାଇଛି। ଦୁର୍ଘଟଣା କରିଥିବା ବସ୍ ନମ୍ବର Od33v4565 ଓ ବାଇକ ନମ୍ବର Od02ad0253 ରହିଛି। ତେବେ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ଥାନା ଅଧିକାରୀ । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?