‘ଆସ ସ୍କୁଲ ଯିବା’: ଅଧାରୁ ପାଠ ଛାଡିଥିବା ୨୬ ଛାତ୍ରୀଛାତ୍ର ପୁଣି ପଢିବେ ପାଠ

ବରଗଡ,୧୮।୯(ପ୍ରେମାନନ୍ଦ ଖମାରୀ): ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆସ ସ୍କୁଲ ଯିବା’ ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଡ. ସୁରେନ୍ଦ୍ର କୁମାର ସାହୁଙ୍କ ତତ୍ତ୍ୱାବଧାନରେ ବରଗଡ ବ୍ଲକରେ ଏହି କାର୍ଯ୍ୟକ୍ରମ ଚାଲୁ ରହିଛି।

ଓଡ଼ିଆ ବାଳକ ବିଦ୍ୟାଳୟ କ୍ଲଷ୍ଟରର ସିଆରସିସି ଅର୍ଚ୍ଚିତା ପାଣିଗ୍ରାହୀଙ୍କ ପ୍ରଚେଷ୍ଟାରେ ବର୍ତ୍ତମାନ ସୁଦ୍ଧା କ୍ଲଷ୍ଟରର ଅଧାରୁ ପାଠପଢ଼ା ଛାଡିଥିବା ୨୬ ଛାତ୍ରୀଛାତ୍ର ‘ଆସ ସ୍କୁଲ ଯିବା ଅଭିଯାନ’ରେ ସାମିଲ ହୋଇଛନ୍ତି । ଏହି ୨୬ଜଣଙ୍କ ମଧ୍ୟରେ ୩ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ଅଟନ୍ତି ।

ଶ୍ରିୟା ସିଂହଙ୍କୁ ତାଙ୍କ ଅଭିଭାବକ ବିଦ୍ୟାଳୟରେ ନାମ ଲେଖାଇବାକୁ ମନା କରୁଥିବା ସତ୍ତ୍ୱେ ସିଆରସିସି ଅର୍ଚ୍ଚିତା ପାଣିଗ୍ରାହୀ ବାରମ୍ବାର ତାଙ୍କ ଘରକୁ ଯାଇ ସୈରେନ୍ଦ୍ରୀ ଆଚାର୍ଯ୍ୟଙ୍କ(ଓଡ଼ିଆ ବାଳକ ଉଚ୍ଚ ବିଦ୍ୟାଳୟ) ସହିତ ଅଭିଭାବକଙ୍କୁ ବୁଝାଇ ପିଏମ୍‌ଶ୍ରୀ ସରକାରୀ ବାଳିକା ହାଇସ୍କୁଲରେ ଆଡମିଶନ କରାଇଥିଲେ।

ଅମ୍ବାପାଲି ଅଞ୍ଚଳର ଡ୍ରପ ଆଉଟ ଛାତ୍ରୀଛାତ୍ରମାନଙ୍କୁ ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ନାମ ଲେଖା ଯାଇଥିଲା । ଏଥିସହିତ ଭୁରସୁଂଘ ବନ୍ଧ, ବଳିଟିକରା ଇତ୍ୟାଦି ଅଞ୍ଚଳରୁ ମଧ୍ୟ ପାଠଛଡ଼ା ଛାତ୍ରୀଛାତ୍ରଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯାଇଛି।

ସେମାନଙ୍କ ମଧ୍ୟରେ ଟୁନା ରଣା, ବିକାଶ ବେହେରା, ଅରବାଜ ଖାନ, ରାଜତ ବେହେରା, ରୁକ୍ମିଣୀ ନାୟକ, ଗୁଣମଣି ଆଣ୍ଡିଲ, ଅମନ ସନ୍ଧା, ନିରନ ପତ୍ର, ଅନିତା ଆଣ୍ଡିଲ, ଲଳିତା ରାୟନ୍ତିଆ ପ୍ରମୁଖ ଅଛନ୍ତି।

ଏହି ସଫଳତାର ପଛରେ ଶିକ୍ଷକଙ୍କ ସହଯୋଗ ରହିଛି। ସୁଦୀପ୍ତ ପାଣିଗ୍ରାହୀ, ଆମ୍ବେଦକର ନଗର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସୁଦୀପ୍ତ ପାଣିଗ୍ରାହୀ, ସମଲେଶରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ମନୋଜ ଦାଶ, ସମଲେଶ୍ୱରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ପ୍ରଦୀପ ସତପଥୀଶ୍‌, ତେଜରାଜ ହୋତା, ରଜନୀ ପାତ୍ର, ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଦୀପ ରଥ, ଶିକ୍ଷୟିତ୍ରୀ ସୁନିତା ମିଶ୍ରଙ୍କ ସହିତ ଅନ୍ୟାନ୍ୟ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷୟିତ୍ରୀ, ଶିକ୍ଷକମାନେ ସକ୍ରିୟ ସହଯୋଗ କରିଛନ୍ତି। ୨୬ଜଣ ପିଲା ପୁଣିଥରେ ଶିକ୍ଷାରେ ଯୋଗ ଦେବାରୁ ଅଭିଭାବକମାନେ ଖୁସି ପ୍ରକାଶ କରିଛନ୍ତି। ଏପରିକି ସରକାରଙ୍କ ‘ଆସ ସ୍କୁଲ ଯିବା’ ଯୋଜନାକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?