ଅଡୁଆରେ ଆମିର

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକସନିଷ୍ଟଙ୍କ ଅଡୁଆ ଛିଡିବାର ନାଁ ନେଉନି । ଏବେ ଏମିତି ଏକ ଅଡୁଆ ଭିତରେ ପୁଣି ଥରେ ଫସି ଯାଇଛନ୍ତି ଏହି ବଲିଉଡ ନାୟକ । ଏନେଇ ମଧ୍ୟ ପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ବି ଅଭିଯୋଗ କରିଛନ୍ତି । ଅଭିଯୋଗଟି ହେଉଛି ଏକ ବିଜ୍ଞାପନକୁ ନେଇ । ଏହା ହେଉଛି ଏକ ଘରୋଇ ବ୍ୟାଙ୍କର ବିଜ୍ଞାପନ । ଏଥିରେ ଆମିରଙ୍କ ସହ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ଦେଖିବାକୁ ମିଳିଛି । ବିଜ୍ଞାପନରେ ଉଭୟ ବିବାହ ଯୋଡାରେ ନଜର ଆସିଛନ୍ତି । ଆଉ ଏଥିରେ ବ୍ୟତିକ୍ରମ ରହିଛି ଯେ କନ୍ୟା ବଦଳରେ ବରର ବିଦାୟୀ ହେଉଛି । ଏଥିରେ କିଆରା ନୁହେଁ ଆମିରଙ୍କର ବିଦାୟୀ ହେଉଛି । ଅର୍ଥାତ୍ କନ୍ୟାର ପିତା ଅସୁସ୍ଥ ଥିବାରୁ ବର କନ୍ୟାକୁ ଧରି କନ୍ୟାଘରେ ରହିବାର ନିଷ୍ପତ୍ତି ନେଇଛନ୍ତି । ଏହାପରେ କନ୍ୟାଙ୍କ ମାଆ ନବ ଦମ୍ପତିଙ୍କୁ ସ୍ୱାଗତ କରୁଛନ୍ତି । ଆମିର ଏହି ସମୟରେ କହିଛନ୍ତି, ବର୍ଷ ବର୍ଷ ଧରି ଚଳିଆସୁଥିବା ପ୍ରଥା ଚଳିବା ଜରୁରୀ ନୁହେଁ, ସେଥିପାଇଁ ଆମେ ବ୍ୟାକିଂ ପରମ୍ପରା ଉପରେ ପ୍ରଶ୍ନ ଉଠାଉଛୁ ।
ଏହି ବିଜ୍ଞାପନ ପରେ ସୋସିଆଲ ମିଡିଆରେ ଆମିରଙ୍କୁ ବିରୋଧ କରାଯାଇଛି । ଏହା ଭାରତୀୟ ଧାର୍ମିକ ପରମ୍ପରା ପ୍ରତି ଅପମାନ ବୋଲି ଅନେକେ ଅଭିଯୋଗ ଆଣିଛନ୍ତି । ମନ୍ତ୍ରୀ ନରୋତ୍ତମ ମିଶ୍ର କହିଛନ୍ତି, ଧାର୍ମିକ ପରମ୍ପରାକୁ ଦୃଷ୍ଟିରେ ରଖି ଆମିର ବିଜ୍ଞାପନ କରନ୍ତୁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri