ପ୍ରଯୋଜନା କରିବେ ଆମିର

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁଙ୍କୁ ଲାଲ ସିଂ ଚଢା ଫିଲ୍ମରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ଏହି ମୁଭି ପରେ ଆମିର ଅଭିନୟରୁ ବିରତି ନେବାକୁ ନିଷ୍ପତ୍ତି ନେଇଥିଲେ। ଅଭିନୟରୁ ବିରତି ନେବା ପରେ ସେ ତାଙ୍କ ପରିବାର ଏବଂ ପିଲାମାନଙ୍କ ସହିତ ସମୟ ବିତାଉଛନ୍ତି। ଯଦିଓ ତାଙ୍କୁ ଅନେକ ସାଧାରଣ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଛି, ଯେଉଁଠାରେ ପ୍ରଶଂସକମାନେ ତାଙ୍କୁ ଦେଖି ବହୁତ ଖୁସି ହେଉଛନ୍ତି। କିନ୍ତୁ ପ୍ରଶଂସକମାନେ ଆମିରଙ୍କ ପରବର୍ତ୍ତୀ ପ୍ରୋଜେକ୍ଟ ଘୋଷଣାକୁ ଅପେକ୍ଷା କରିଛନ୍ତି। ଏହାକୁ ନେଇ ବର୍ତ୍ତମାନ ସେ ଏକ ଇଭେଣ୍ଟରେ ନୀରବତା ଭାଙ୍ଗିଛନ୍ତି।
ସୋମବାର ବୁକ ଇଭେଣ୍ଟରେ ଆମିର ଖାଁ ତାଙ୍କ ପରିବାର ସହିତ ପହଞ୍ଚିଥିଲେ। ଯେଉଁଠାରେ ତାଙ୍କର ପୂର୍ବତନ ପତ୍ନୀ କିରଣ ରାଓ ଏବଂ ରିନା ପହଞ୍ଚିଥିଲେ। ଦୁହେଁ ଏକାଠି ପୋଜ ମଧ୍ୟ ଦେଇଥିଲେ। ଏହି ସମୟରେ ଆମିର ତାଙ୍କର ପରବର୍ତ୍ତୀ ପ୍ରୋଜେକ୍ଟ ବିଷୟରେ କଥାହୋଇଛନ୍ତି।

ଏହି କାର୍ଯ୍ୟକ୍ରମରେ ସେ କହିଛନ୍ତି – ମୁଁ ବର୍ତ୍ତମାନ ମୋ ଜୀବନକୁ ବହୁତ ଉପଭୋଗ କରୁଛି। ମୁଁ ମୋ ପିଲାମାନଙ୍କ ସହିତ ସମୟ ବିତାଉଛି, ମୁଁ ମୋ ମା ସହିତ ଘରେ ଅଛି ଏବଂ ମୁଁ ପ୍ରଡକଶନ ହାଉସ ପ୍ରତି ମଧ୍ୟ ଧ୍ୟାନ ଦେଉଛି। ମୁଭି ନିର୍ମାଣ ପୂର୍ବରୁ ମୁଁ ବହୁତ କମ ଚଳଚ୍ଚିତ୍ର ନିର୍ମାଣ କରୁଥିଲି କିନ୍ତୁ ବର୍ତ୍ତମାନ ଆମେ ଅଧିକ ଚଳଚ୍ଚିତ୍ର ନିର୍ମାଣ କରିବାକୁ ବା ପ୍ରଯୋଜନା କରିବାକୁ ଚିନ୍ତା କରୁଛ।


Enter your email to get our daily news in your inbox.

All Right Reserved By Dharitri.Com

ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?