୧୯ ବର୍ଷରେ ଆଖି ବୁଜିଲେ ଆମିର୍‌ ଖାନ୍‌ଙ୍କ ଅନସ୍କ୍ରିନ୍‌ ଝିଅ

ବମ୍ବେ: ବଲିଉଡ୍‌ର ସଫଳ ଫିଲ୍ମ ‘ଦଙ୍ଗଲ’ରେ ବବିତା କୁମାରୀ ଭୂମିକାରେ ଅଭିନୟ କରିଥିବା ଶିଶୁ କଳାକାର ସୁହାନୀ ଭଟ୍ଟନାଗରଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୧୯ ବର୍ଷ ହୋଇଥିଲା। ଫରିଦାବାଦର ଏମ୍ସ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ଏବେ ହଠାତ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି।

ସୁହାନା ୧୧ ବର୍ଷ ବୟସରେ ଆମିର ଖାନ୍‌ଙ୍କ ଫିଲ୍ମ ‘ଦଙ୍ଗଲ’ରେ ବବିତା ଫୋଗଟ ଭୂମିକାରେ ଅଭିନୟ କରିଥିଲେ। ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ। ଫିଲ୍ମର ଲୋକପ୍ରିୟ ଗୀତ ‘ବାପୁ ସେହତ କେ ଲିଏ ତୁ ତୋ ହାନିକାରକ ହୈ’ରେ ଫିଚର୍‌ ହୋଇଥିଲେ। ପରେ ବବିତାଙ୍କ ଯୁବାବସ୍ଥାର ଚରିତ୍ର ଲାଗି ଅଭିନେତ୍ରୀ ସାନ୍ୟା ମଲହୋତ୍ରାଙ୍କୁ ଚୟନ କରାଯାଇଥିଲା।

ଆମିରଙ୍କ ସହ କାମ କରିବା ସତ୍ତ୍ୱେ ସେ ଲାଇମ୍‌ଲାଇଟ୍‌ରୁ ଦୂରରେ ରହୁଥିଲେ। ସେ ନଭେମ୍ବର ୨୦୨୧ରୁ ସୋସିଆଲ ମିଡିଆରୁ ମଧ୍ୟ ଦୂରେଇ ରହିଥିଲେ। ଏବେ ତାଙ୍କୁ ୧୯ ବର୍ଷ ହୋଇଥିବା ଯୋଗୁ ପୂର୍ବ ଏବଂ ପରର ଫଟୋ ବେଶ ଭାଇରାଲ ହେଉଥିଲା।

ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଅଭିନେତ୍ରୀଙ୍କ ଗୋଡ଼ ଫ୍ୟାକ୍ଚର ହୋଇଥିଲା। ଏହାର ଚିକିତ୍ସା ଲାଗି ସେ ଔଷଧ ଖାଉଥିଲେ। ହେଲେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଗୋଡ଼ରେ ପାଣି ଜମିଯାଇଥିଲା। ଶେଷରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri