ଫେରିବେ ଆମିର!

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ତାଙ୍କ ଫିଲ୍ମ ତଥା ବ୍ୟକ୍ତିଗତ ଜୀବନ ପାଇଁ ଅଧିକାଂଶ ସମୟରେ ହେଡଲାଇନରେ ରହିଥାଆନ୍ତି। ତେବେ ଆମିର ଦୀର୍ଘ ଦିନ ଧରି ହିନ୍ଦୀ ସିନେମାରୁ ନିଜକୁ ଦୂରେଇ ରଖିଛନ୍ତି ଏବଂ ପ୍ରଶଂସକମାନେ ତାଙ୍କ କମବ୍ୟାକକୁ ଅପେକ୍ଷା କରିଛନ୍ତି।ଏବେ ଖବର ଆସୁଛି ଯେ ଆମିର ଆଡଭୋକେଟ ଉଜ୍ଜ୍ୱଲ ନିକାମଙ୍କ ବାୟୋପିକରେ ଦେଖିବାକୁ ମିଳିବେ। ଏହି ଖବର ଶୁଣିବା ପରେ ପ୍ରଶଂସକମାନେ ବହୁତ ଏକ୍ସାଇଟେଡ ହୋଇଯାଇଛନ୍ତି।
ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ପ୍ରତ୍ୟେକ ଫିଲ୍ମରେ ଦର୍ଶକଙ୍କ ପାଇଁ କିଛି ଭିନ୍ନ ବିଷୟବସ୍ତୁ ଆଣିଥାନ୍ତି। ସେ ଅଧିକାଂଶ ଚଳଚ୍ଚିତ୍ରରେ କାମ କରିଛନ୍ତି ଯେଉଁଥିରେ ସମାଜ ବିଷୟରେ ନିଶ୍ଚିତ ଭାବରେ କିଛି ଲୁକ୍କାୟିତ ବାର୍ତ୍ତା ଅଛି। ତେବେ ଅଭିନେତାଙ୍କ ପୂର୍ବ ଫିଲ୍ମ ‘ଲାଲ ସିଂ ଚଡ୍ଡା’ ଫ୍ଲପ ହେବାପରେ ଆମିର ଫିଲ୍ମରୁ ବିରତି ନେବାକୁ ଘୋଷଣା କରିଥିଲେ। ବର୍ତ୍ତମାନ ଖବର ଆସୁଛି ଯେ ସେ କମବ୍ୟାକ କରିବାକୁ ପ୍ରସ୍ତୁତ ଅଛନ୍ତି।
ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଅଭିନେତା ପୁଣି ଥରେ ବଡ ପରଦାକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ଖବର ଆସୁଛି ଯେ ଆଡଭୋକେଟ ଉଜ୍ଜ୍ୱଲ ନିକାମଙ୍କ ବାୟୋପିକରେ ମିଷ୍ଟର ପରଫେକ୍ସନିଷ୍ଟ ନଜର ଆସିପାରନ୍ତି। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଅବିନାଶ ଅରୁଣ। ଅବିନାଶ ‘ପାତାଲ ଲୋକ’, ’ସ୍କୁଲ ଅଫ ଲାଇଜ’ ଏବଂ ‘କିଲା’ ଭଳି ମୁଭି ନିର୍ମାଣ କରିଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ଆମିର କହିଛନ୍ତି, ‘ମୁଁ ଜାଣେ ନାହିଁ ଏହି ଜିନିଷ କିପରି ସାମ୍ନାକୁ ଆସିଛି କାରଣ ପ୍ରକୃତରେ ଏହି ଚଳଚ୍ଚିତ୍ରଟି ପ୍ରାରମ୍ଭିକ ପର୍ଯ୍ୟାୟରେ ଅଛି। ତେବେ ଏଡା ବିଷୟରେ କଥା ହେବା ଜଲଦବାଜି ହେବ। ମୋର କିଛି ଧାରଣା ଅଛି, କିନ୍ତୁ ଏପର୍ଯ୍ୟନ୍ତ ଏହା ବିଷୟରେ କୌଣସି ଠୋସ ପ୍ରମାଣ ନାହିଁ। ଏପର୍ଯ୍ୟନ୍ତ କିଛି କାମ ହୋଇନାହିଁ। ବର୍ତ୍ତମାନ କେବଳ ଆଲୋଚନା ଚାଲିଛି । ସୂଚନାଯୋଗ୍ୟ, ଆମିର ତାଙ୍କ ଆଗାମୀ ଫିଲ୍ମ ବିଷୟରେ ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ଘୋଷଣା କରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri