ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି ନିକଟତର ବନ୍ଧୁମାନଙ୍କ ଉପସ୍ଥିତିରେ ଏହି କପଲ କୋର୍ଟ ମ୍ୟାରେଜ କରିଛନ୍ତି। ବିବାହ ପରେ ଗୌରୀ ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିଛନ୍ତି, ଯାହା ଏବେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ତେବେ ଏହି ବିବାହ ଉତ୍ସବରେ ସବୁଠାରୁ ଅଧିକ ଚର୍ଚ୍ଚାର ବିଷୟ ପାଲଟିଛି ଆମିର ଖାନ ପତ୍ନୀ ଗୌରୀଙ୍କୁ ଉପହାର ଦେଇଥିବା ଏକ ସ୍ପେଶାଲ ମୁଦି।

ଏହି ମୁଦି କୌଣସି ସାଧାରଣ ମୁଦି ନୁହେଁ। ଏହାକୁ ପ୍ରସ୍ତୁତ କରିବା ପାଇଁ ୧୩୧ ଜଣ ଅଭିଜ୍ଞ କାରିଗରଙ୍କୁ ପ୍ରାୟ ୨୫୬ ଘଣ୍ଟା ସମୟ ଲାଗିଥିଲା। ମିଡିଆ ରିପୋର୍ଟ ଅନୁଯାୟୀ, ଏହି ମୁଦିରେ ୪୦ଟି ଅସଲି ହୀରା ସହିତ ଏକ ଦୁର୍ଲଭ ‘କାବୋଚନ-କଟ’ (cabochon-cut) ପ୍ରାକୃତିକ ରୁବି (ପଦ୍ମରାଗ ମଣି) ଲାଗିଛି, ଯାହାକୁ ମାଡାଗାସ୍କାରରୁ ଅଣାଯାଇଛି। ଏହି ସ୍ବତନ୍ତ୍ର ରୁବି ପଥରକୁ ଖୋଜିବା ପାଇଁ ପ୍ରାୟ ୩ ମାସରୁ ଅଧିକ ସମୟ ଲାଗିଥିଲା।

ଜୁଏଲାରୀ ବ୍ରାଣ୍ଡ ‘QWEEN’ ଦ୍ୱାରା ଡିଜାଇନ କରାଯାଇଥିବା ଏହି ମୁଦିକୁ ‘ବମ୍ବେ ସିଗ୍ନେଟ’ (Bombay Signet) ଷ୍ଟାଇଲ୍‌ରେ ପ୍ରସ୍ତୁତ କରାଯାଇଛି। ଏହାର ଚାରିପାଖରେ ସୁନାର ଏକ ସୁନ୍ଦର କ୍ରାଉନ ବା ରାଜମୁକୁଟ ଭଳି ଡିଜାଇନ ରହିଛି, ଯାହା ସାଧାରଣତଃ ପାରମ୍ପରିକ ରାଜକୀୟ ଅଳଙ୍କାରରେ ଦେଖିବାକୁ ମିଳେ।

ସୂଚନାଯୋଗ୍ୟ ଯେ, ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ଙ୍କ ମଧ୍ୟରେ ୨୦୨୪ରୁ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଗତବର୍ଷ ନିଜର ୬୦ତମ ଜନ୍ମଦିନ ଅବସରରେ ଆମିର ଗୌରୀଙ୍କ ସହ ନିଜର ସମ୍ପର୍କକୁ ଗଣମାଧ୍ୟମ ଆଗରେ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ଏବେ ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫ୍ୟାନ୍ସ ଏବଂ ବଲିଉଡ ସେଲିବ୍ରିଟିମାନେ ଏବେ ନବଦମ୍ପତିଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri