ପ୍ରଧାନମନ୍ତ୍ରୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମର ପ୍ରଶଂସା କଲେ ଆମିର

ମୁମ୍ବାଇ,୨୬।୪: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଏବେ ଚର୍ଚ୍ଚାରେ। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମ। ନିକଟରେ ରାଜଧାନୀ ଦିଲ୍ଲୀରେ ହୋଇଥିବା ନ୍ୟାଶନାଲ କନକ୍ଲେଭରେ ଆମିର ଭାଗ ନେଇଥିଲେ। ଏହି ସମୟରେ ଆମିର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଖୋଲାଖୋଲି କଥା ହୋଇଥିଲେ। ସେ କହିଥିଲେ ଏହି କାର୍ଯ୍ୟକ୍ରମ ଲୋକଙ୍କ ମନରେ ଗଭିର ପ୍ରଭାବ ଛାଡିଯାଇଥାଏ।

ସମାଚାର ଏଜେନ୍ସି ଏଏନଆଇ ତା’ର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଏକ ଲାଟେଷ୍ଟ ଭିଡିଓ ଶେୟାର କରିଛି। ଏହି ଭିଡିଓରେ ଆମିର ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମର ଖୋଲାଖୋଲି ପ୍ରଶଂସା କରୁଛନ୍ତି। ଆମିର କହିଛନ୍ତି ଏହା ଏକ ଐତିହାସିକ ପଦକ୍ଷେପ। ଏହା ମାଧ୍ୟମରେ ଭାରତୀୟଙ୍କ ଉପରେ ଗଭିର ପ୍ରଭାବ ପଡିଛି। ଏହାପରେ ପିଟିଆଇକୁ ଆମିର କହିଛନ୍ତି, ସଂଚାରର ଏହି ମାଧ୍ୟମ ଖୁବ ଜରୁରୀ ଓ ଗୁରୁତ୍ୱପୂର୍ଣ୍ଣ, ଯାହା ଦେଶର ନେତାଙ୍କ ପକ୍ଷରୁ କରାଯାଇଛି। ଏହାଦ୍ୱାରା ଆପଣ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ କଥା ହେଉଛନ୍ତି, ନିଜ ମତ ଦେଉଛନ୍ତି। ଏହି କମ୍ୟୁନିକେଶନରେ ଆପଣ ଲୋକଙ୍କୁ ଏହା କହୁଛନ୍ତି କି ଭବିଷ୍ୟତକୁ ନେଇ ଆପଣଙ୍କ ଚିନ୍ତାଧାରା କୁଆଡେ ଗତି କରୁଛି ଅବା କ’ଣ ରହିଛି। ମନ କି ବାତରେ ଏହା ବହୁତ ଜରୁରୀ କଥା ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri