ଶୁଟିଂ ସେଟ୍‌କୁ ଫେରିଲେ ଆମିର

ଅଙ୍କାରା,୧୦।୮: ସାରା ବିଶ୍ୱରେ ଘରେ ଘରେ ଏବେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ପ୍ରାୟ ସାରା ବିଶ୍ୱରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଏହା ବିଶ୍ୱ ଅର୍ଥନୀତିକୁ ଏକ ପ୍ରକାର ଦୋହଲାଇ ଦେଇଛି। ଏହି ଲକ୍‌ଡାଉନ ପ୍ରଭାବରେ ଚଳଚ୍ଚିତ୍ର ଶିଳ୍ପ ମଧ୍ୟ ପ୍ରଭାବିତ ହୋଇଛି। ଗୋଟିଏ ପଟେ ଦେଶର ସବୁ ଫିଲ୍ମ ହଲ୍‌ ବନ୍ଦ ହୋଇଯିବା ସହ ଏପଟେ ଶୁଟିଂ ଚାଲୁଥିବା ସମସ୍ତ ଫିଲ୍ମର ଶୁଟିଂ ମଧ୍ୟ ବନ୍ଦ ହୋଇଗଲା। କରୋନା ଭାଇରସ ଓ ଏହାର ପ୍ରୋଟକଲ ପାଇଁ ଆମିର ଖାଁଙ୍କ ବହୁ ଚର୍ଚ୍ଚିତ ଫିଲ୍ମ ‘ଲାଲ ସିଂ ଚଢା’ର ଶୁଟିଂକୁ ମଧ୍ୟ ଅଧାରୁ ବନ୍ଦ କରି ଦିଆଯାଇଥିଲା। ଖୁବ୍‌ ଲମ୍ବା ସମୟର ବ୍ୟବଧାନ ପରେ ଏବେ ଆମିର ଏହି ଫିଲ୍ମର ଶୁଟିଂକୁ ଭାରତରୁ ସିପ୍ଟ କରି ତୁର୍କି ନେଇଯାଇଛନ୍ତି। ଏବେ ସେ ତୁର୍କିରେ ଏହି ଫିଲ୍ମର ଶୁଟିଂ ଆରମ୍ଭ କରି ସାରିଲେଣି। ଟୁଇଟର ହ୍ୟାଣ୍ଡେଲରେ ଆମିର ନିଜେ ଏ ସମ୍ପର୍କରେ ସୂଚନା ଦେବା ସହ ଶୁଟିଂ ସେଟର କିଛି ଫଟୋ ମଧ୍ୟ ଶେୟାର କରିଛନ୍ତି। ଏହି ଫଟୋ ଗୁଡିକୁ ଦେଖିବା ପରେ ତାଙ୍କ ପ୍ରଶଂସକମାନେ ଭଲ ରେସପନ୍ସ ଦେଉଥିବା ଦେଖାଯାଇଛି। ଫିଲ୍ମ ‘ଲାଲ ସିଂ ଚଢା’ ୧୯୯୪ରେ ହଲିଉଡ୍‌ରେ ଆସିଥିବା ଏକ ଫିଲ୍ମର ହିନ୍ଦୀ ରିମେକ। ପୂର୍ବରୁ ଏହାର କିଛି ଶୁଟିଂ ପଞ୍ଜାବ ଓ ଚଣ୍ଡିଗଡ଼ରେ କରାଯାଇଥିଲା। ଏହି ଫିଲ୍ମଚଳିତ ବର୍ଷ ଡିସେମ୍ବରରେ ରିଲିଜ୍‌ ହେବାର ଯୋଜନା ଥିଲା। ହେଲେ ଏହାର ଲେଖକ ଅତୁଲ କୁଲକର୍ନି କହିଛନ୍ତି ଏହି ଫିଲ୍ମ ଆସନ୍ତା ବର୍ଷକୁ ରିଲିଜ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri