ଫିଲ୍ମକୁ ବାଏ ବାଏ କହିବେ ଅମିର ଖାନ୍‌!

ମୁମ୍ବାଇ: ବଲିଉଡ୍‌ ଅଭିନେତା, ପ୍ରଡ୍ୟୁସର ତଥା ନିର୍ଦ୍ଦେଶକ ଅମିର ଖାନ୍‌ଙ୍କ ଫିଲ୍ମ ‘ଲାଲ୍‌ ସିଂ ଚଢ଼ା’ ଦେଖିବାକୁ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମଟି ଚଳିତବର୍ଷ ଅଗଷ୍ଟ ୧୧ରେ ବଡ଼ ପରଦାରେ ମୁକ୍ତିଲାଭ କରିବାର ଯୋଜନା ରହିଛି। । ଏହି ଫିଲ୍ମରେ କରୀନା କପୁରଙ୍କୁ ଅମିରଙ୍କ ସହ ଦେଖିବାକୁ ମିଳିବ। ୨୧୦୮ରେ ଆସିଥିବା ତାଙ୍କ ଫିଲ୍ମ ‘ଠଗ୍ସ ଅଫ୍‌ ହିନ୍ଦୁସ୍ତାନ’ ପରେ ପ୍ରଶଂସକମାନେ ତାଙ୍କ ଅଭିନୟ ଦେଖିବାକୁ ଆଗ୍ରହୀ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ଫିଲ୍ମ ‘ଲାଲ ସିଂ ଚଢ଼ା’ପରେ ମିଷ୍ଟର ପର୍‌ଫେକ୍ଟନିଷ୍ଟ ଅଭିନୟରୁ ବିଦାୟ ନେବାକୁ ନିଷ୍ପତ୍ତି ନେଇଛନ୍ତି।

ଅମିର ବଲିଉଡ୍‌ର ଏପରି ଜଣେ ସୁପରଷ୍ଟାର ଯିଏ କି ଦୀର୍ଘଦିନ ଧରି ଇଣ୍ଡଷ୍ଟ୍ରିକୁ ଚମକାଇ ଆସିଛନ୍ତି। ୧୯୮୮ ମସିହାରେ ଯେତେବେଳେ ସେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ ସେତେବେଳେ ସେ ତାଙ୍କର ଚକୋଲେଟ ଲୁକ୍‌ ଏବଂ ଆକର୍ଷଣୀୟ ହସ ସହିତ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲେ॥ ଆଜି ୫୭ ବର୍ଷ ବୟସରେ ସେ ଏପରି ଏକ ଖୁଲାସା କରିଛନ୍ତି। ଯାହା ଶୁଣି ପ୍ରଶଂସକମାନେ ବ୍ୟଥିତ ହୋଇଛନ୍ତି। ଶନିବାର ମୁମ୍ବାଇରେ ଚାଲିଥିବା ଏକ ଉତ୍ସବରେ ଅମିର ନିଜର ମନକଥା ପ୍ରକାଶ କରିଥିଲେ। ସେ କହିଥିଲେ, ମୁଁ ମୋ’ ପିଲା ଏବଂ ପରିବାରକୁ ସମୟ ଦେଇପାରିନି। ତେଣୁ ଇଣ୍ଡଷ୍ଟ୍ରିରୁ ବିଦାୟ ନେବାକୁ ଚାହୁଁଛି। ତେବେ ଏକଥା କେତେଦୂର ସତ ତାହା ସମୟ କହିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri