Posted inଜାତୀୟ

କବରରୁ ବାହାର କରାଯିବ ନାହିଁ ଆମିରଙ୍କ ମୃତଦେହ, ୯ ମାସ ତଳେ ହୋଇଥିବା ଏନ୍‌କାଉଣ୍ଟର ମାମଲାରେ ଏସ୍‌ସିଙ୍କ ବଡ଼ ଫଇସଲା…

ନୂଆଦିଲ୍ଲୀ, ୧୨।୯ : ଶ୍ରୀନଗରର ଚର୍ଚ୍ଚିତ ତଥା ବିବାଦୀୟ ହୈଦରପୋରା ଏନକାଉଣ୍ଟର ମାମଲାରେ ସୁପ୍ରିମକୋର୍ଟ (ଏସ୍‌ସି)  ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ୯ ମାସ ତଳେ ହୋଇଥିବା ଏହି ମାମଲାର ଶୁଣାଣି ବେଳେ ଏନକାଉଣ୍ଟରରେ ନିହତ ହୋଇଥିବା ଆମିର ମ୍ୟାଗ୍ରେଙ୍କ ପିତାଙ୍କ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ମୃତ ଆମିରଙ୍କ ପିତା ଅବଦୁଲ ଲତିଫ ତାଙ୍କ ପୁଅଙ୍କ ମୃତଦେକୁ କବରରୁ ବାହାର କରିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ଏହି ପ୍ରସଙ୍ଗରେ ଅଗଷ୍ଟ ୨୭ ରେ ସୁପ୍ରିମକୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ।

ନଅ ମାସ ପୂର୍ବେ ହୈଦରପୋରାରେ ପୋଲିସ ଏନକାଉଣ୍ଟରରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ଚାରିଜଣ ଆତଙ୍କବାଦୀ ବୋଲି ପୋଲିସ ଦାବି କରିଥିଲା। ଯାହାକୁ ତିନିଜଣ ମୃତକଙ୍କ ପରିବାର ସଦସ୍ୟ ବିରୋଧ କରିଥିଲେ। ସେମାନଙ୍କ ମଧ୍ୟରୁ ଆମିରଙ୍କ ପିତା ଅବଦୁଲ ଲତିଫ ମ୍ୟାଗ୍ରେ ମଧ୍ୟ ଥିଲେ। ମୃତକଙ୍କ ପରିବାର ଏବଂ ରାଜନୈତିକ ଦଳର ବିରୋଧ ପରେ ସରକାର ଅଲତାଫ ଭଟ୍ଟ ଏବଂ ମୁଦାସିରଙ୍କ ମୃତଦେହକୁ ସେମାନଙ୍କ ପରିବାରକୁ ଫେରାଇ ଦେଇଛନ୍ତି।

ଆମିରଙ୍କ ପିତା ଅବଦୁଲ ମ୍ୟାଗ୍ରେ ପୂର୍ବରୁ ଏହି ମାମଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୁଅର ମୃତଦେହ ପାଇବା ପାଇଁ ସେ ଏକ ପିଟିଶନ ଦାଖଲ କରିଥିଲେ। ଏହା ପରେ ପରିବାର ସଦସ୍ୟଙ୍କୁ ପୁଅର ମୃତ ଶରୀରରୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ ପରେ ମୃତ ଶରୀର କ୍ଷୟ ହୋଇଯାଇଥିବା କହି ସରକାର ସେହି ଆଦେଶକୁ ସ୍ଥଗିତ ରଖିଥିଲେ। ଏହା ପରେ ହାଇକୋର୍ଟ ପୀଡିତଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରି ୧୦ ଜଣଙ୍କୁ ଆମିରଙ୍କ କବରରେ ଫାତିହା ପଢ଼ିବାକୁ ଅନୁମତି ଦେଇଥିଲେ। ଏହା ପରେ ଆମିରଙ୍କ ପିତା ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri