Posted inଜାତୀୟ

ସିଦ୍ଧୁଙ୍କ ଗୁଗ୍‌ଲୀ

ଚଣ୍ଡିଗଡ,୧୩।୭: ପଞ୍ଜାବ କଂଗ୍ରେସରେ ବିବାଦର କାରଣ ହୋଇଥିବା ନବଜୋତ ସିଦ୍ଧୁ ମଙ୍ଗଳବାର ଆମ ଆଦମୀ ପାର୍ଟିର ପ୍ରଶଂସା କରିଛନ୍ତି। ସିଦ୍ଧୁ ଟୁଇଟ୍‌ ଯୋଗେ କହିଛନ୍ତି ଯେ, ଆମର ବିରୋଧୀ ଆମ୍‌ ଆଦ୍‌ମୀ ପାର୍ଟି ପଞ୍ଜାବ ପାଇଁ ମୋର ଦୃଷ୍ଟିକୋଣ ଏବଂ କାର୍ଯ୍ୟକୁ ସର୍ବଦା ସ୍ବୀକୃତି ଦେଇଛି। ୨୦୧୭ ପୂର୍ବରୁ ପଞ୍ଜାବରେ ଡ୍ରଗ୍ସ, କୃଷକଙ୍କ ସମସ୍ୟା, ଦୁର୍ନୀତି ହେଉ କିମ୍ବା ବିଜୁଳି ସଙ୍କଟର ବିଷୟରେ ମୁଁ ସ୍ବର ଉତ୍ତୋଳନ କରିଥିଲି। ଆଜି ଯେତେବେଳେ ମୁଁ ପଞ୍ଜାବ ମଡେଲ ଉପସ୍ଥାପନ କରୁଛି ଏହା ସ୍ପଷ୍ଟ ଯେ ସେମାନେ ଜାଣନ୍ତି – ପ୍ରକୃତରେ ପଞ୍ଜାବ ପାଇଁ କିଏ ଲଢୁଛନ୍ତି।
ନବଜୋତ ସିଦ୍ଧୁଙ୍କ ଏହି ଟୁଇଟ ପରେ ସେ ଆମ ଆଦମୀ ପାର୍ଟିରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର କାରଣ ହୋଇଛି। ତେବେ କିଛି ଦିନ ପୂର୍ବରୁ ସିଦ୍ଧୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ୱାଲଙ୍କୁ ଟାର୍ଗେଟ କରିଥିଲେ। ସିଦ୍ଧୁ ଟୁଇଟ କରି କହିଥିଲେ ଯେ, ରାଜ୍ୟକୁ ଦିଲ୍ଲୀ ମଡେଲ ଦରକାର ନାହିଁ, କିନ୍ତୁ ପଞ୍ଜାବ ମଡେଲ ଦରକାର। ନୀତି ଉପରେ କାର୍ଯ୍ୟ କରୁ ନ ଥିବା ରାଜନୀତି କେବଳ ନକାରାତ୍ମକ ପ୍ରଚାର ଏବଂ ଗଣତାନ୍ତ୍ରିକ ଏଜେଣ୍ଡାରୁ ବଞ୍ଚିତ ରାଜନେତାମାନେ କେବଳ ବ୍ୟବସାୟ ପାଇଁ ରାଜନୀତି କରନ୍ତି। ସେଥିପାଇଁ ବିକାଶ ବିନା ରାଜନୀତିର ଅର୍ଥ ସେମାନଙ୍କ ପାଇଁ କିଛି ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?