Posted inଜାତୀୟ

କଂଗ୍ରେସ ଛାଡିବେ ନାହିଁ ଛତିଶଗଡ଼ ସ୍ୱାସ୍ଥ୍ୟମନ୍ତ୍ରୀ ସିଂହ ଦେବ

ରାୟପୁର,୪ ।୪: ଛତିଶଗଡ଼ର ଶାସକ କଂଗ୍ରେସ ଓ ବିରୋଧି ଭାରତୀୟ ଜନତା ପାର୍ଟି(ଭାଜପା) ସହ ସମ୍ପର୍କ ରଖିବାକୁ ଆମ ଆଦମୀ ପାର୍ଟି ପ୍ରୟାସ ଜାରି ରଖିଛି । ଇତିମଧ୍ୟରେ ଖବର ଆସିଛି କି ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ଟି.ଏସ୍‌. ସିଂହଦେବଙ୍କ ସହ କୁଆଡେ ଆମ ଆଦମୀ ପାର୍ଟି(ଏଏପି) ସମ୍ପର୍କରେ ରହିଛି । ହେଲେ ସିଂ ଦେବଙ୍କ ପାଇଁ କଂଗ୍ରେସ ବ୍ୟତୀତ ଅନ୍ୟ କିଛି ଚିନ୍ତା କରିବା ମୁସ୍କିଲ । କାରଣ ତାଙ୍କ ପରିବାର ୫ ପିଢି ହେବ କଂଗ୍ରେସ ସହ ଯୋଡି ହୋଇ ରହିଛନ୍ତି । ଶନିବାର ରାୟପୁର ପ୍ରେସ କ୍ଲବରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଅନୌପଚାରିକ କଥାବାର୍ତ୍ତା ସମୟରେ ସିଂହ ଦେବ ଏହାକୁ ଏଡାଇ ଦେଇ ପାରି ନାହାନ୍ତି କି ଏଏପି ତାଙ୍କ ସହ ସମ୍ପର୍କରେ ରହିଛି ବୋଲି ।
ସିଂ ଦେବ କହିଛନ୍ତି, ମୁଁ ଅରବିନ୍ଦ କେଜରିୱାଲଙ୍କ ସହ ସମ୍ପର୍କରେ ଆସି ନାହିଁ, ହେଲେ ଏହା ବି ସତ ଯେ ରାଜନୀତିରେ ବହୁତ ଲୋକ ସମ୍ପର୍କରେ ରହିଥାଆନ୍ତି । ଏମିତି ନାହିଁ ଯେ ମୋତେ କେହି ସାକ୍ଷାତ୍ କରି ନାହାନ୍ତି । ହେଲେ ମୋର ଉତ୍ତର ହେଉଛି ମୋ ପରିବାର ୫ ପିଢି ହେବ କଂଗ୍ରେସ ସହ ଜଡିତ । ତେଣୁ ଏହା ଆଗକୁ ମୁଁ ଚିନ୍ତା କରିପାରିବି ନାହିଁ । ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ପାଇଁ ମୋ ମନରେ ସମ୍ମାନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri