Posted inଜାତୀୟ

ହିମାଚଳ ପ୍ରଦେଶ ନିର୍ବାଚନ: ପ୍ରାର୍ଥୀଙ୍କ ଅନ୍ତିମ ତାଲିକା ଜାରି କଲା ଏଏପି

ଶିମ୍‌ଲା,୨୦।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି (ଏଏପି) ଗୁରୁବାର ଆଉ ୧୦ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏହାକୁ ମିଶାଇ ଏଏପି ସମସ୍ତ ୬୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି। ବୁଧବାର ବିଳମ୍ବିତ ରାତିରେ ଏଏପି ୫୪ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା। ତେବେ ଗୁରୁବାର ଏଏପିର ପ୍ରଦେଶ ଅଧ୍ୟକ୍ଷ ସୁରଜିତ ସିଂ ଠାକୁର ଏବଂ ଦଳର ପ୍ରଭାରୀ ହରଜତ ସିଂ ବେନ୍ସ ଏହି ତାଲିକା ପ୍ରକାଶ କରିଛନ୍ତି। ଦଳ ୪ଜଣ ମହିଳା ପ୍ରାର୍ଥୀଙ୍କୁ ଟିକେଟ ଦେଇଛି। ଏତଦ୍‌ ବ୍ୟତୀତ ସାଧାରଣ ଲୋକଙ୍କୁ ମଧ୍ୟ ଏଏପି ଟିକେଟ ଦେଇଥିବା ଜଣାପଡ଼ିଛି। କିଏ ଦୋକାନ ଦେଇଛି ତ କିଏ ଛୋଟ ବ୍ୟବସାୟ କରିଛି। ପୂର୍ବରୁ ପ୍ରକାଶିତ ହୋଇଥିବା ପ୍ରଥମ ତାଲିକାରେ ଦଳ ରାଜନୀତିରେ ଭଲ ପ୍ରଦର୍ଶନ କରିଥିବା ବିଧାୟକଙ୍କୁ ପ୍ରାର୍ଥୀ କରିଥିଲା। ଭାଜପା ସରକାରରେ ମନ୍ତ୍ରୀ ତଥା ଏମ୍‌ପି ଥିବା ଡକ୍ଟର ରାଜନ ସୁଶାନ୍ତ ଚଳିତ ଥର ଫତେହପୁରରୁ ଏଏପି ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଡକ୍ଟର ସୁଶାନ୍ତ ଭାଜପାରୁ ୪ଥର ବିଧାୟକ ରହିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri