Posted inଜାତୀୟ

ହାରିଗଲେ AAP ମୁଖିଆ, ପୁଣି ତିହାର ଜେଲ୍‌ ଠିକଣା!

ନୂଆଦିଲ୍ଲୀ,୮।୨: ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ର୍ନିବାଚନର ଫଳାଫଳର ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ଏହି ର୍ନିବାଚନ ଫଳାଫଳରେ, ଭାରତୀୟ ଜନତା ପାର୍ଟି ପ୍ରାୟ ବହୁମତ ସଂଖ୍ୟା ଅତିକ୍ରମ କରିସାରିଛି। ସରକାର ଗଠନ କରିବା ନେଇ ଆତ୍ମବିଶ୍ୱାସୀ BJP ର ନେତାମାନେ ଖୁସି ମନେଇବାରେ ଲାଗିଛନ୍ତି। ଏହାରି ଭିତରେ ଦିଲ୍ଲୀରେ AAP ର ଗଡ଼ ଏକ ପ୍ରକାର ଭୁଷୁଡି ପଡିଛି। ଦଳ ମୁଖିଆ କେଜରିଓ୍ବାଲ ବଡ଼ ପରାଜୟର ସମ୍ମୁଖୀନ ହୋଇଛନ୍ତି।
ଏଥିସହ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଧ୍ୟ ପରାଜିତ ହୋଇଛନ୍ତି। କେବଳ ଦଳ ମଧ୍ୟରୁ ମୁଖ୍ୟମନ୍ତ୍ରୀ ଆତିଶୀ ମର୍ଲେନା ବଡ଼ ବିଜୟ ହାସଲ କରିଛନ୍ତି।

ଏହାରି ଭିତରେ ଭାଜପା ନେତା ଯୋଗେନ୍ଦ୍ର ଚନ୍ଦୌଲି ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ ଶୁଣିବା ପାଇଁ ମୁଁ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଉଛି। କେଜ୍ରିୱାଲ ସମସ୍ତ ମଡେଲରେ ବିଫଳ ହୋଇଛନ୍ତି। କେଜରିୱାଲ ତିହାର ଯିବେ ଏହା ନିଶ୍ଚିତ। ସେ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲେ କିନ୍ତୁ ଏବେ ସେ ବିଧାୟକ ମଧ୍ୟ ହେବାକୁ ଯାଉନାହାଁନ୍ତି। ଦଳର ହାଇକମାଣ୍ଡ ଦ୍ୱାରା ମନୋନୀତ ଯେକୌଣସି ଦଳୀୟ କର୍ମୀ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।

ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟ ଗଣତିର ପ୍ରାରମ୍ଭିକ ଟ୍ରେଣ୍ଡରେ, ଭାରତୀୟ ଜନତା ପାର୍ଟି (ବିଜେପି) ୪୩ଟି ଆସନରେ ଆଗୁଆ ଥିବା ବେଳେ ଆମ ଆଦମୀ ପାର୍ଟି (ଆପ) ୨୭ଟି ବିଧାନସଭା ଆସନରେ ଆଗୁଆ ଅଛି। ର୍ନିବାଚନ କମିଶନଙ୍କ ୱେବସାଇଟରେ ଏହି ସୂଚନା ଦିଆଯାଇଛି। ନୂଆଦିଲ୍ଲୀ ଆସନରେ ତିନି ପର୍ଯ୍ୟାୟ ଭୋଟ ଗଣତି ପରେ, ଏଏପି ମୁଖ୍ୟ ଅରବିନ୍ଦ କେଜରିୱାଲ ପରାଜିତ ହୋଇଛନ୍ତି।

ବିଧୁରୀ କହିଛନ୍ତି, ‘ଲୋକେ ଭାଜପାକୁ ଏକ ର୍ନିଣ୍ଣାୟକ ଜନାଦେଶ ଦେବେ।’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ, ଦେଶର ଅନ୍ୟାନ୍ୟ ଅଞ୍ଚଳ ସହିତ ଦିଲ୍ଲୀ ମଧ୍ୟ ପ୍ରଗତି କରିବ। ମୁଁ ପୂର୍ଣ୍ଣ ବିଶ୍ୱାସର ସହିତ କହିପାରିବି ଯେ ଜାତୀୟ ରାଜଧାନୀରୁ AAP ସମ୍ପୂର୍ଣ୍ଣ ନିଶ୍ଚିହ୍ନ ହୋଇଯିବ।’


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?