Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ଅଭିମୁଖ୍ୟ ସ୍ପଷ୍ଟ କଲା ଏଏପି

ନୂଆଦିଲ୍ଲୀ,୨୦।୯: ନୂତନ ସଂସଦ ଗୃହରେ ମହିଳା ସଂରକ୍ଷଣ ବିଲ ସମ୍ପର୍କରେ ଆଲୋଚନା ଚାଲିଛି। ପ୍ରଥମ ଦିନରେ କେନ୍ଦ୍ର ସରକାର ସ୍ବତନ୍ତ୍ର ଅଧିବେଶନରେ ଲୋକସଭା ଗୃହରେ ମହିଳା ସଂରକ୍ଷଣ ବିଲ ଆଗତ କରିଥିଲେ। ମହିଳା ସଂରକ୍ଷଣ ବିଲ୍‌କୁ ନାରୀ ଶକ୍ତି ବନ୍ଦନ ଅଧିନିୟମ-୨୦୨୩ ବୋଲି ମୋଦି ସରକାର ନାମ ଦେଇଛନ୍ତି। ଏହି ବିଲ ଆଗତ ହେବା ପରଠାରୁ ବିଭିନ୍ନ ଦଳର ବାକ୍‌ଯୁଦ୍ଧ ମଧ୍ୟ ଆରମ୍ଭ ହୋଇଛି। ସେପଟେ ଆମ ଆଦମୀ ପାର୍ଟି ଏହି ବିଲ ଉପରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି।
ଆମ ଆଦମୀ ପାର୍ଟିର ଏକ ବିବୃତ୍ତିରେ କୁହାଯାଇଛି ଯେ, ସଂସଦରେ ସେମାନେ ଏହି ବିଲର କାର୍ଯ୍ୟକାରିତା ଉପରେ ମୋଦି ସରକାରଙ୍କୁ ପ୍ରଶ୍ନ କରିବେ। ଏହାସହ ଦଳ ମହିଳା ସଂରକ୍ଷଣ ବିଲ ଉପରେ ମିଳିତ ମେଣ୍ଟ ‘ଇଣ୍ଡିଆ’ର ନିଷ୍ପତ୍ତିରେ ଛିଡା ହେବ। ବିଲ୍‌କୁ ନେଇ ଭୋଟ ହେବା ସମୟରେ ଦଳ ଏହାକୁ ସମର୍ଥନ କରିବ।
ଏଏପିର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ସୋସିଆଲ ମିଡିଆରେ ଲେଖିଛନ୍ତି, ମୋଦି ଜୀ, ଆପଣ କେତେ ଦିନ ପର୍ଯ୍ୟନ୍ତ ଦେଶର ମହିଳାମାନଙ୍କୁ ବୋକା ବନାଇବେ? ଆପଣଙ୍କର ଗୋଟିଏ ବି ପ୍ରତିଶ୍ରୁତି ପୂରଣ ହୋଇନାହିଁ। ଆସନ୍ତା ୨୦ ବର୍ଷ ମଧ୍ୟରେ ଏହି ମହିଳା ସଂରକ୍ଷଣ ବିଲ କାର୍ଯ୍ୟକାରୀ ହେବ ନାହିଁ। ଯଦି ଆପଣଙ୍କ ଉଦ୍ଦେଶ୍ୟ ସ୍ପଷ୍ଟ, ତେବେ ୨୦୨୪ରେ ମହିଳା ସଂରକ୍ଷଣ ବିଲ କାର୍ଯ୍ୟକାରୀ କର। ଅନ୍ୟଥା, ଏହି ‘ମହିଳାଙ୍କୁ ବୋକା ବନାଇବା ବିଲ’କୁ ଫେରାଇ ନିଅ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri