Posted inଜାତୀୟ

ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ଏଏପି

ନୂଆଦିଲ୍ଲୀ,୧୬।୭: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ କରିବ ଆମ ଆଦମୀ ପାର୍ଟି(ଏଏପି)। ଶନିବାର ଏନେଇ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ଘୋଷଣା କରିଛନ୍ତି। ସେ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଆମର ସମ୍ମାନ ରହିଛି। କିନ୍ତୁ ଦଳ ଯଶଓ୍ବନ୍ତ ସିହ୍ନାଙ୍କୁ ସମର୍ଥନ କରିବ। ଏଏପିର ରାଜନୈତିକ ବ୍ୟାପାର କମିଟିର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସଞ୍ଜୟ କହିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସିଭିଲ ଲାଇନ୍ସ ବାସଭବନରେ ଏଏପିର ସମସ୍ତ ୧୧ପିଏସି ସଦସ୍ୟଙ୍କ ସହ ରାଜନୈତିିକ ବ୍ୟାପାର କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଷ୍ଟ୍ରପତି ନିର୍ବାଚନରେ କହାକୁ ସମର୍ଥନ ଦିଆଯିବ ସେନେଇ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ, ମନୀଷ ସିସୋଡିଆ, ସଞ୍ଜୟ ସିଂ, ଗୋପାଳ ରାୟ, ଅତିଶି, ଏନ୍‌ଡି ଗୁପ୍ତା, ଦୁର୍ଗେଶ ପାଠକ, ପଙ୍କଜ ଗୁପ୍ତା, ରାଘବ ଚଡ୍ଡା, ଇମ୍ରାନ ହୁସୈନ ଏବଂ ରାଖୀ ବିର୍ଲାନଙ୍କ ସମେତ ସମସ୍ତ ୧୧ଜଣ ପିଏସି ସଦସ୍ୟ ଏହି ବୈଠକରେ ସାମିଲ ହୋଇଥିଲେ। ଅନ୍ୟପଟେ ଦଳର ଏହି ବୈଠକ ପରେ ରାଷ୍ଟ୍ରପତି ନିର୍ବାଚନରେ ଏଏପି ବିଧାୟକ ଓ ଏମ୍‌ପିମାନେ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ ବୋଲି ଏମ୍‌ପି ସଞ୍ଜୟ ସିଂ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri