Posted inଜାତୀୟ

ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ଏଏପି

ନୂଆଦିଲ୍ଲୀ,୧୬।୭: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ କରିବ ଆମ ଆଦମୀ ପାର୍ଟି(ଏଏପି)। ଶନିବାର ଏନେଇ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ଘୋଷଣା କରିଛନ୍ତି। ସେ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଆମର ସମ୍ମାନ ରହିଛି। କିନ୍ତୁ ଦଳ ଯଶଓ୍ବନ୍ତ ସିହ୍ନାଙ୍କୁ ସମର୍ଥନ କରିବ। ଏଏପିର ରାଜନୈତିକ ବ୍ୟାପାର କମିଟିର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସଞ୍ଜୟ କହିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସିଭିଲ ଲାଇନ୍ସ ବାସଭବନରେ ଏଏପିର ସମସ୍ତ ୧୧ପିଏସି ସଦସ୍ୟଙ୍କ ସହ ରାଜନୈତିିକ ବ୍ୟାପାର କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଷ୍ଟ୍ରପତି ନିର୍ବାଚନରେ କହାକୁ ସମର୍ଥନ ଦିଆଯିବ ସେନେଇ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ, ମନୀଷ ସିସୋଡିଆ, ସଞ୍ଜୟ ସିଂ, ଗୋପାଳ ରାୟ, ଅତିଶି, ଏନ୍‌ଡି ଗୁପ୍ତା, ଦୁର୍ଗେଶ ପାଠକ, ପଙ୍କଜ ଗୁପ୍ତା, ରାଘବ ଚଡ୍ଡା, ଇମ୍ରାନ ହୁସୈନ ଏବଂ ରାଖୀ ବିର୍ଲାନଙ୍କ ସମେତ ସମସ୍ତ ୧୧ଜଣ ପିଏସି ସଦସ୍ୟ ଏହି ବୈଠକରେ ସାମିଲ ହୋଇଥିଲେ। ଅନ୍ୟପଟେ ଦଳର ଏହି ବୈଠକ ପରେ ରାଷ୍ଟ୍ରପତି ନିର୍ବାଚନରେ ଏଏପି ବିଧାୟକ ଓ ଏମ୍‌ପିମାନେ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ ବୋଲି ଏମ୍‌ପି ସଞ୍ଜୟ ସିଂ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri