Posted inଜାତୀୟ

ଛତିଶଗଡ ମଦ ଦୁର୍ନୀତି ମାମଲା: ମୁଖ୍ୟମନ୍ତ୍ରୀ ଭୁପେଶଙ୍କୁ ଗିରଫ କରିବାକୁ ଏଏପିର ଦାବି

ଛତିଶଗଡ ମଦ ଦୁର୍ନୀତି ମାମଲା: ମୁଖ୍ୟମନ୍ତ୍ରୀ ଭୁପେଶଙ୍କୁ ଗିରଫ କରିବାକୁ ଏଏପିର ଦାବି
ନୂଆଦିଲ୍ଲୀ,୮।୫: ଛତିଶଗଡରେ ୨୦୦୦ କୋଟିର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଶନିବାର ମୁଖ୍ୟ ଅଭିଯୁକ୍ତ ଅନୱର ଧେବାରଙ୍କୁ ଗିରଫ କରିଛି। ତେବେ ଏହି ପ୍ରସଙ୍ଗରେ ଆମ ଆଦମୀ ପାର୍ଟି (ଏଏପି) ପୁଣି କଂଗ୍ରେସକୁ ଟାର୍ଗେଟ କରିଛି। ଏଥିସହ ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ଗିରଫ କରିବାକୁ ଦାବି କରିଛି ଏବଂ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ପଚରାଉଚରା କରିବା କଥା ଉଠାଇଛି। ଦିଲ୍ଲୀ ଏଏପି ସରକାରଙ୍କ ମନ୍ତ୍ରୀ ସୌରଭ ଭରଦ୍ୱାଜ କହିଛନ୍ତି, କଂଗ୍ରେସ ଶାସିତ ଛତିଶଗଡରେ ଇଡି ୨ ହଜାର କୋଟିର ମଦ ଦୁର୍ନୀତି ଉପରେ ତଦନ୍ତ ଚଳାଇଛି। ଏହି ପ୍ରସଙ୍ଗରେ ବଡ଼ ପ୍ରଶ୍ନ ଉଠିଛି। ଛତିଶଗଡରେ ସରକାରୀ ମଦ ଦୋକାନ ଅଛି। ରାଜ୍ୟରେ ଉଚ୍ଚସ୍ତରୀୟ ସରକାରୀ ଅଧିକାରୀ, ଘରୋଇ ବ୍ୟକ୍ତିବିଶେଷ ଏବଂ ରାଜନୈତିକ ପଦାଧିକାରୀମାନଙ୍କୁ ନେଇ ବେଆଇନ ମଦ ବ୍ୟବସାୟର ସିଣ୍ଡିକେଟ ଚାଲିଥିଲା। ପ୍ରଶ୍ନ ହେଉଛି ମେୟରଙ୍କ ଭାଇ ଏକ୍ସାଇଜ କମିଶନରଙ୍କୁ ପରିବର୍ତ୍ତନ କରିପାରିବେ କି? ଏହା ଏକ ସଂପୂର୍ଣ୍ଣ ରାଜ୍ୟ ଏବଂ ଏହି କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ମାଧ୍ୟମରେ କରାଯାଇଥାଏ।

ଅନଓ୍ବର ହେଉଛନ୍ତି କଂଗ୍ରେସ ନେତା ତଥା ରାୟପୁର ମେୟର ଐଜାଜ ଧେବରଙ୍କ ବଡ଼ଭାଇ। ୨୦୦୩ ବ୍ୟାଚ୍‌ରେ ଆଇଏଏସ ଅଫିସର ତୁତେଜା ଏବେ ଛତିଶଗଡ଼ ସରକାରରେ ଶିଳ୍ପ ଓ ବାଣିଜ୍ୟ ବିଭାଗ ଯୁଗ୍ମ ସଚିବ ଅଛନ୍ତି। ଶନିବାର ଅନଓ୍ବରଙ୍କୁ ଗିରଫ କରାଯିବା ପରେ ୪ ଦିନିଆ ଇଡି ରିମାଣ୍ଡରେ ପଠାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri