Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜରିଓ୍ବାଲ ସରକାର

ନୂଆଦିଲ୍ଲୀ,୩୦।୬: ଦିଲ୍ଲୀର ଆମ ଆଦମୀ ପାର୍ଟି(ଏଏପି) ସରକାର ଅଫିସରଙ୍କର ଟ୍ରାନ୍ସଫର ପୋଷ୍ଟିଂକୁ ନେଇ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶକୁ ଚ୍ୟାଲେଞ୍ଚ କରି ସୁପ୍ରିମକୋର୍ଟ ପହଞ୍ଚିଛନ୍ତି। ଦିଲ୍ଲୀ ସରକାର ଶୁକ୍ରବାର କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଏହି ନିୟମ ଅସମ୍ବିଧାନିକ। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ଏଏପି ସରକାର କହିଛନ୍ତି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକୁ ତୁରନ୍ତ ନିଷିଦ୍ଧ କରାଯିବା ଉଚିତ। ଗତ ମାସରେ ଦିଲ୍ଲୀରେ ଗ୍ରୁପ-ଏ ଅଧିକାରୀଙ୍କ ଟ୍ରାନ୍ସଫର ତଥା ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଜାତୀୟ ରାଜଧାନୀ ଜନସେବା ପ୍ରାଧିକରଣ ଗଠନ ପାଇଁ କେନ୍ଦ୍ର ସରକାର ଏକ ନିର୍ଦ୍ଦେଶନାମା ଜାରି କରିଥିଲେ। ଯାହାକୁ ଅରବିନ୍ଦ କେଜରିୱାଲଙ୍କ ସରକାର ବିରୋଧ କରୁଛନ୍ତି।
ଏହି ନିୟମ ଘୋଷଣା ହେବାର କିଛି ଦିନ ପୂର୍ବରୁ ସୁପ୍ରିମକୋର୍ଟ ଦିଲ୍ଲୀର ପୋଲିସ, ଆଇନ ଶୃଙ୍ଖଳା ତଥା ଅନ୍ୟାନ୍ୟ ସେବା ନିୟନ୍ତ୍ରଣକୁ ଦିଲ୍ଲୀ ସରକାରଙ୍କୁ ହସ୍ତାନ୍ତର କରିଥିଲେ। ଆମ ଆଦମୀ ପାର୍ଟି ଅଭିଯୋଗ କରିଛି ଯେ ସୁପ୍ରିମକୋର୍ଟଙ୍କ ଆଦେଶକୁ ମଧ୍ୟ କେନ୍ଦ୍ର ସରକାର ପାଳନ କରୁନାହାଁନ୍ତି ଏବଂ ଏହି ନିୟମ ଅସମ୍ବିଧାନିକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri