Posted inଜାତୀୟ

ମାଗଣା ସବୁ ଦେବାର ରାଜନୀତି କରି ଏଏପି ଦିଲ୍ଲୀରେ ଆଣିଛି ବନ୍ୟା: ଗୌତମ ଗମ୍ଭୀର…

ନୂଆଦିଲ୍ଲୀ,୧୫।୭ : ବିକାଶ ପାଇଁ ନୁହେଁ ଯଦି ମାଗଣା ଦେବାର ରାଜନୀତି କରାଯିବ ତେବେ, ଦିଲ୍ଲୀରେ ଏଭଳି ବନ୍ୟା ପରିସ୍ଥିତି ସୃଷ୍ଟି ହେବ। ରାଜଧାନୀର ବନ୍ୟା ସ୍ଥିତି ଉପରେ ଭାଜପା ନେତା ଗୌତମ ଗମ୍ଭୀର ଏଭଳି ମନ୍ତବ୍ୟ ଦେଇ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଟାର୍ଗେଟ କରିଛନ୍ତି।

ପୂର୍ବ ଦିଲ୍ଲୀର ଭାଜପା ଏମପି ଗୌତମ ଗମ୍ଭୀର ଶନିବାର କହିଛନ୍ତି ଦିଲ୍ଲୀରେ ବନ୍ୟା ପରିସ୍ଥିତି ହୋଇ ଥିବାରୁ ସେ ଆଶ୍ଚର୍ଯ୍ୟ ହେବେ ନାହିଁ। କାରଣ ନଅ ବର୍ଷର ମାଗଣା ରାଜନୀତି ଯୋଗୁଁ ଏହା ଘଟିଛି। ରାଜଧାନୀରେ ବିକାଶ କାର୍ଯ୍ୟ ପଛୁଆ ରହିଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ କିନ୍ତୁ ଆଶ୍ଚର୍ଯ୍ୟଜନକ ନୁହେଁ। ଏପରି ଯୋଜନାବଦ୍ଧ ଭାବେ ଘଟିଛି। ଯଦି ଏଏପି ମାଗଣା ଦେବାର ରାଜନୀତି କରି ଦିଲ୍ଲୀର ଭିତ୍ତିଭୂମି ପାଇଁ ୧ ଟଙ୍କା ମଧ୍ୟ ଖର୍ଚ୍ଚ ନ କରେ ତେବେ ରାଜଧାନୀ ନିଶ୍ଚିତ ଭାବେ ନଷ୍ଟ ହୋଇଯିବ।

ମୁଁ ପୂର୍ବରୁ ଉପରାଜ୍ୟପାଳଙ୍କୁ ଜାଣି ନ ଥିଲି। ଯେତେବେଳେ ମୁଁ ତାଙ୍କୁ ଭେଟିଥିଲି, ସେତେବେଳେ ଦିଲ୍ଲୀର ବିକାଶ ପାଇଁ ତାଙ୍କର ବହୁତ ଦୂରଦୃଷ୍ଟି ଥିବା ଜାଣିଥିଲି। କିନ୍ତୁ କାହା ସହିତ ଏକାଠି କାମ କରିବା ନେଇ ସେ ଚିନ୍ତାରେ ପଡ଼ିଛନ୍ତି। ଦିଲ୍ଲୀ ପାଇଁ କାହାର ଦୂରଦୃଷ୍ଟି ନାହିଁ, ଅନୁଭବ ନାହିଁ? ବନ୍ୟା ଯୋଗୁ କୌଣସି ଏମପି, ବିଧାୟକ କିମ୍ବା ମୁଖ୍ୟମନ୍ତ୍ରୀ ଯନ୍ତ୍ରଣା ଭୋଗୁ ନାହାଁନ୍ତି। କେବଳ ଜନସାଧାରଣ ଯନ୍ତ୍ରଣା ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri