Posted inଜାତୀୟ

୧୧ଟି ଭାଷାରେ ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ପ୍ରକାଶ କଲା ଏଏପି

ନୂଆଦିଲ୍ଲୀ,୨୮।୩: ଆମ ଆଦମୀ ପାର୍ଟି(ଏଏପି) ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ୧୧ଟି ଭାଷାରେ ପ୍ରକାଶ କରିଛି। ତେବେ ୩୦ ମାର୍ଚ୍ଚ ସୁଦ୍ଧା ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ସାରା ଦେଶରେ ଲଗାଇବାକୁ ଏଏପି ଯୋଜନା ପ୍ରସ୍ତୁତ କରିଛି।

ଦିଲ୍ଲୀରେ ଏଭଳି ପୋଷ୍ଟର ଲଗାଇବା ପରେ ଦିଲ୍ଲୀ ପୋଲିସ ୧୦୦ରୁ ଅଧିକ ଏଫଆଇଆର ଦାଖଲ କରିଥିଲା ଏବଂ ୬ ଜଣଙ୍କୁ ଗିରଫ କରାଯାଇଥିଲା।

ଏହି ସ୍ଲୋଗାନକୁ ନେଇ ମାର୍ଚ୍ଚ ୨୩ରେ ଆମ ଆଦମୀ ପାର୍ଟି ଜନ୍ତରମନ୍ତରରେ ଏକ ବିରାଟ ସାଧାରଣ ସଭା ଆୟୋଜନ କରିଥିଲା, ଯାହାକୁ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଭଗବନ୍ତ ମାନ ସମ୍ବୋଧିତ କରିଥିଲେ।
ଏହି ସଭାରେ ଦିଲ୍ଲୀ ରାଜ୍ୟ ସଂଯୋଜକ ଗୋପାଳ ରାୟ ଘୋଷଣା କରିଥିଲେ ଯେ, ମାର୍ଚ୍ଚ ୩୦ରେ ଆମ ଆଦମୀ ପାର୍ଟି ସାରା ଦେଶରେ ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ଲଗାଇବ। ଏହି ପୋଷ୍ଟର ହିନ୍ଦୀ, ଉର୍ଦ୍ଦୁ, ଇଂରାଜୀ ଏବଂ ପଞ୍ଜାବୀ ବ୍ୟତୀତ ଗୁଜୁରାଟୀ, ତେଲୁଗୁ, ବଙ୍ଗାଳୀ, ଓଡିଆ, କନ୍ନଡ, ମାଲାୟାଲମ ଏବଂ ମରାଠୀରେ ରିଲିଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri