Posted inଜାତୀୟ

ଭାରତ ବନ୍ଦ ସପକ୍ଷରେ ଏଏପି: ଅନ୍ନଦାତାଙ୍କ ଦାବି ନ୍ୟାୟସଙ୍ଗତ

ନୂଆଦିଲ୍ଲୀ, ୭।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସମର୍ଥନ କରୁଛି ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର କହିଛନ୍ତି। ସିନ୍ଧୁ ସୀମାରେ ସେ ଆନ୍ଦୋଳନକାରୀ ଅନ୍ନଦାତାଙ୍କ ପାଖରେ ପହଞ୍ଚି ଏଭଳି କହିଛନ୍ତି। ଚାଷୀ ସଂଗଠନର ଦାବି ନ୍ୟାୟସଙ୍ଗତ ବୋଲି କେଜରିଓ୍ବାଲ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସ ପକ୍ଷରୁ ରାଜ୍ୟ ସରକାରଙ୍କୁ ୯ଟି ଷ୍ଟାଡ଼ିୟମ୍‌ରେ ଅସ୍ଥାୟୀ ଜେଲ ନିର୍ମାଣ ପାଇଁ ଅନୁମତି ଲୋଡ଼ିଥିଲେ। ଏନେଇ ରାଜ୍ୟ ସରକାରଙ୍କ ଉପରେ ଚାପ ପ୍ରୟୋଗ କରାଯାଇଥିଲା। ମାତ୍ର ରାଜ୍ୟ ସରକାର ଅନୁମତି ଦେବାକୁ ମନା କରିଦେଇଥିବା ସେ ସୂଚନା ଦେଇଛନ୍ତି। ଆନ୍ଦୋଳନକାରୀ ଅନ୍ନଦାତାଙ୍କୁ ଆବଶ୍ୟକ ସେବା ଯୋଗାଇ ଦେବାକୁ ଏଏପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କେଜରିଓ୍ବାଲ କହିଛନ୍ତି। ଦେଶକୁ ଅନ୍ନ ଯୋଗାଉଥିବା ଅନ୍ନଦାତାଙ୍କୁ ସମର୍ଥନ କରିବା ପ୍ରତି ଭାରତବାସୀଙ୍କ କର୍ତ୍ତବ୍ୟ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri