Posted inଜାତୀୟ

ଏଏପି ବିବାହରେ ଆମନ୍ତ୍ରିତ ହୋଇ ନ ଥିବା ଡ୍ୟାନ୍ସର: ଫଡ଼ନାଭିସ…

ଭାବନଗର,୧୯।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ତ୍ରିକୋଣୀୟ ଆଡ଼କୁ ମୁହାଁଇଛି। ଭାଜପା କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ପୂର୍ବରୁ କୁହାଯାଉଥିବା ବେଳେ ଏବେ ଏଏପି ମଧ୍ୟ ନିର୍ବାଚନୀ ମଇଦାନରେ ଲଢ଼େଇ କରିବାକୁ ଅଣ୍ଟା ଭିଡ଼ିଛି। ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୁଜରାଟରେ ଦଳର ବିଜୟ ନିଶ୍ଚିତ ବୋଲି କହିଛନ୍ତି।

ଏହାକୁ ନେଇ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଏଏପିକୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଏଏପି ବିବାହରେ ଆମନ୍ତ୍ରିତ ହୋଇ ନ ଥିବା ଡ୍ୟାନ୍ସର ଭଳି ଗୁଜରାଟକୁ ଆସି ନିର୍ବାଚନ ଲଢୁଛି। ବିନା ଆତିଥେୟତାରେ ଦଳ ରାଜ୍ୟକୁ ଆସିଛି। ଆମନ୍ତ୍ରିତ ହୋଇ ନ ଥିବା ଡ୍ୟାନ୍ସର ବିବାହରେ ଯୋଗଦେଇ ପୁଣି ଫେରି ଯାଇଥାନ୍ତି। ସେହିପରି ଏଏପି ଗୁଜରାଟକୁ ଆସିଛି, ଦଳ ପୁଣି ଫେରିଯିବ। ରାଜ୍ୟରେ ସଫଳ ନ ହୋଇ ଏଏପି ବିଫଳତା ନେଇ ଫେରିବା ନିଶ୍ଚିତ।

ଏଏପି ଗୋଆକୁ ଯାଇଥିଲା କିନ୍ତୁ କିଛି କରି ନପାରି ଫେରିଥିଲା। ସେଠାରେ ଦଳକୁ ମାତ୍ର ୨ଟି ଆସନ ମିଳିଥିଲା। ଗୁଜରାଟରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହେବ।

ମିଥ୍ୟା ପ୍ରତିଶ୍ରୁତି ଦେବା ଏବଂ ମିଛ କହିବାରେ ଏଏପିକୁ କେହି ପାରିବେ ନାହିଁ। ଏକ୍ଷେତ୍ରରେ ଦଳ ଦେଶବ୍ୟାପି ଆଗୁଆ ରହିଛି। ଏନେଇ ଦଳକୁ ଅଲିମ୍ପିକ୍‌ ପୁରସ୍କାର ମିଳିବା କଥା ବୋଲି କହି ଫଡ଼ନାଭିସ ଭାବନଗରରେ ଏକ ରାଲିରେ ଯୋଗଦେଇ କଟାକ୍ଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?